ଆଜି ଅନବସର ଦ୍ୱାଦଶୀ,ସୁସ୍ଥ ହେଲେ ଶ୍ରୀଜୀଉ ଗଜପତି ମହାରାଜଙ୍କ ପାଖକୁ ଯିବ ସନ୍ଦେଶ

ପୁରୀ : ଆଜି ଅନବସର ଦ୍ୱାଦଶୀ । ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି। ପୁରୀରେ ଆଜି ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ ହେବ। ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ଖବର ଦିଆଯିବ । ଦଇତା ସେବକ ଓ ପତି ସେବକମାନେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରୁ ବାହାରିଥିବା କରାଳ ଚନ୍ଦନ, ଚନ୍ଦନ ଓ ପାଟ ଡୋର ରୂପାଥାଳିରେ ଧରି ଶ୍ରୀନଅର ଆସି ଗଜପତିଙ୍କୁ ସୁସ୍ଥତାର ଖବର ଦେବେ। ଏହାକୁ ରାଜପ୍ରାସାଦ ବିଜେ ନୀତି କୁହାଯାଇଥାଏ […]

Samaya Live Picture
Published On

ପୁରୀ : ଆଜି ଅନବସର ଦ୍ୱାଦଶୀ । ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି। ପୁରୀରେ ଆଜି ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ ହେବ। ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ଖବର ଦିଆଯିବ । ଦଇତା ସେବକ ଓ ପତି ସେବକମାନେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରୁ ବାହାରିଥିବା କରାଳ ଚନ୍ଦନ, ଚନ୍ଦନ ଓ ପାଟ ଡୋର ରୂପାଥାଳିରେ ଧରି ଶ୍ରୀନଅର ଆସି ଗଜପତିଙ୍କୁ ସୁସ୍ଥତାର ଖବର ଦେବେ। ଏହାକୁ ରାଜପ୍ରାସାଦ ବିଜେ ନୀତି କୁହାଯାଇଥାଏ ।

ସେପଟେ ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ଏଥିଲାଗି ରଥ ନିର୍ମାଣ କାମ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୩ ରଥର ପ୍ରଭା ନିର୍ମାଣ କାମ ଶେଷ ହେବା ସହ ତିନି ରଥର ଦୁଆର ବେଢା ଗୁଡିକର ନିର୍ମାଣ କାମ ଶେଷ ହୋଇଛି। ଆଜି ମହାରଣା ସେବକମାନେ ଭୋଇ ସେବକଙ୍କ ସହଯୋଗରେ ତିନି ରଥର ପ୍ରତି କୋଣଗୁଡିକରେ ଦୁଇଟି ଲେଖାଏଁ କଣି ଫାଉଡ଼ି ବସାଇବେ। ପରେ ତିନି ରଥରେ ‘ହାତିଆଳ ମାଳ’ ବା କାଠ ବଟନ୍ ଆଠଟି ଲେଖାଏଁ ବଡଧରା ପୋଟଳଠାରୁ ଦୁଆର ବେଢ଼ା ପର୍ଯ୍ୟନ୍ତ ଫିଟିଂ କରାଯିବ। ଏଥିସହ ତିନି ରଥର ସିଂହାସନ ବେଦୀ ନିର୍ମାଣ କାର୍ଯ୍ୟ ଶେଷ ହେବ।

Tags: