ଆଜି ଭୁବନେଶ୍ବରର ୭୫ ତମ ପ୍ରତିଷ୍ଠା ଦିବସ ,ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ରାଜଧାନୀର ପ୍ରତିଷ୍ଠା ଦିବସ I ୭୫ ବର୍ଷରେ ପାଦ ଥାପି ପାଳୁଛି ପ୍ଲାଟିନମ ଜୁବଲି ପାଳୁଛି ରାଜଧାନୀ ଭୁବନେଶ୍ୱର। ୧୯୪୮ ମସିହା ଏପ୍ରିଲ ୧୩ ତାରିଖ ଅର୍ଥାତ୍ ଆଜିର ଦିନରେ ଓଡିଶାର ରାଜଧାନୀ ଭାବେ ନିଜର ପରିଚୟ ପାଇଥିଲା ଭୁବନେଶ୍ୱର। ସେତେବେଳେ ୩ଟି ରାଜସ୍ୱ ଗ୍ରାମ ଏବଂ ୧୫ ହଜାର ଲୋକ ସଂଖ୍ୟା ବିଶିଷ୍ଟ ଏହି ବିଜ୍ଞାପିତ ଅଞ୍ଚଳ ପରିଷଦ ପାଲଟିଲା ଓଡିଶାର ନୂଆ ରାଜଧାନୀ। ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ […]
ଭୁବନେଶ୍ୱର : ଆଜି ରାଜଧାନୀର ପ୍ରତିଷ୍ଠା ଦିବସ I ୭୫ ବର୍ଷରେ ପାଦ ଥାପି ପାଳୁଛି ପ୍ଲାଟିନମ ଜୁବଲି ପାଳୁଛି ରାଜଧାନୀ ଭୁବନେଶ୍ୱର। ୧୯୪୮ ମସିହା ଏପ୍ରିଲ ୧୩ ତାରିଖ ଅର୍ଥାତ୍ ଆଜିର ଦିନରେ ଓଡିଶାର ରାଜଧାନୀ ଭାବେ ନିଜର ପରିଚୟ ପାଇଥିଲା ଭୁବନେଶ୍ୱର। ସେତେବେଳେ ୩ଟି ରାଜସ୍ୱ ଗ୍ରାମ ଏବଂ ୧୫ ହଜାର ଲୋକ ସଂଖ୍ୟା ବିଶିଷ୍ଟ ଏହି ବିଜ୍ଞାପିତ ଅଞ୍ଚଳ ପରିଷଦ ପାଲଟିଲା ଓଡିଶାର ନୂଆ ରାଜଧାନୀ। ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ ରାଜଧାନୀର ଶୁଭ ଦେଇଥିଲେ।
ରାଜଧାନୀ ପ୍ରତିଷ୍ଠା ଦିବସରେ ପାରମ୍ପରିକ ପରେଡ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ତେବେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ଏହି ପ୍ରତିଷ୍ଠା ଦିବସ ପାଳିତ ହେବ । ଏନେଇ ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ମିଳିତ ଆନୁକୂଲ୍ୟରେ ଏହି ଉତ୍ସବ ଆୟୋଜିତ ହୋଇଛି । ଓଡିଶା ବିଧାନ ସଭା ମୁଖ ତଥା ରାଜଧାନୀ ଶିଳାନ୍ୟାସ ଫଳକ ସାମ୍ନା ଉତ୍କଳ ମଣ୍ଡପରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।
୭୪ ବର୍ଷ ପୂର୍ବରୁ କଟକରୁ ରାଜଧାନୀ ଉଠି ମନ୍ଦିରମାଳିନୀ ସହର ଭୁବନେଶ୍ବର ଓଡିଶାର ରାଜଧାନୀ ପାଲଟିଥିଲା। ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ,କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି । ଏକ ସୁନ୍ଦର ସହର ଭାବେ ଗଢିତୋଳିବାକୁ ୧୯୪୬ ମସିହାରେ ଜର୍ମାନର ପ୍ଲାନର, ଅଟୋ କଏନ୍ସ ବର୍ଗର ନକ୍ସା ପ୍ରସ୍ତୁତ କରିଥିଲେ । ଚଣ୍ଡିଗଡ ଓ ଭୁବନେଶ୍ବରର ପାଇଁ ଏକକାଳୀନ ପ୍ରସ୍ତୁତ ହୋଇଥିଲା ନକ୍ସା ।
ରାଜଧାନୀର ପ୍ରତିଷ୍ଠା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସବୁଜିମା ଭରା ପରିବେଶ ସାଙ୍ଗକୁ ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ସ୍ମାର୍ଟ ସିଟି ଭାବେ ଭୁବନେଶ୍ବର ନିଜର ସ୍ଵତନ୍ତ୍ର ପରିଚୟ ବଜାୟ ରଖିଛି। ଆମ ସମସ୍ତଙ୍କ ମିଳିତ ପ୍ରଚେଷ୍ଟା ହିଁ ଭୁବନେଶ୍ବରର ଗରିମାକୁ ଅକ୍ଷୂର୍ଣ୍ଣ ରଖି ଏହାକୁ ଆହୁରି ସୁନ୍ଦର ସହର କରି ଗଢି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ସବୁଜିମା ଭରା ପରିବେଶ ସାଙ୍ଗକୁ ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ସ୍ମାର୍ଟ ସିଟି ଭାବେ ଭୁବନେଶ୍ବର ନିଜର ସ୍ଵତନ୍ତ୍ର ପରିଚୟ ବଜାୟ ରଖିଛି। ଆମ ସମସ୍ତଙ୍କ ମିଳିତ ପ୍ରଚେଷ୍ଟା ହିଁ ଭୁବନେଶ୍ବରର ଗରିମାକୁ ଅକ୍ଷୂର୍ଣ୍ଣ ରଖି ଏହାକୁ ଆହୁରି ସୁନ୍ଦର ସହର କରି ଗଢି ତୋଳିବ। pic.twitter.com/cMzSzDos94
— Naveen Patnaik (@Naveen_Odisha) April 13, 2023




