ଆଜି ପବିତ୍ର ମାଘ ପୂର୍ଣ୍ଣିମା,ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା ତିଥି। ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଶ୍ରୀ ଲୋକନାଥଙ୍କର ପଦ୍ମବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀଜଗନ୍ନାଥ ମହାପ୍ରଭୁ ଚତୁର୍ଭୁଜରେ ଧାରଣ କରିବେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ। ଏହି ବେଶରେ ମହାପ୍ରଭୁ ଗରୁଡ ଉପରେ ବସିବା ଭଙ୍ଗିରେ ଥାଇ ମାଆ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚତୁଃଭୂଜରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ […]
ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା ତିଥି। ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଶ୍ରୀ ଲୋକନାଥଙ୍କର ପଦ୍ମବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀଜଗନ୍ନାଥ ମହାପ୍ରଭୁ ଚତୁର୍ଭୁଜରେ ଧାରଣ କରିବେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ।
ଏହି ବେଶରେ ମହାପ୍ରଭୁ ଗରୁଡ ଉପରେ ବସିବା ଭଙ୍ଗିରେ ଥାଇ ମାଆ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚତୁଃଭୂଜରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମକଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ।
ମଧ୍ୟାହ୍ନ ଧୂପ ବଢ଼ିବା ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ । ତେବେ ସନ୍ଧ୍ୟା ଧୂପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ । ପୌରାଣିକ କଥାବସ୍ତୁ ଅନୁଯାୟୀ ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା ।
ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି କୁମ୍ଭୀର କବଳରୁ ଗଜରାଜକୁ ଠାକୁର ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି ।
ମହାପ୍ରଭୁଙ୍କର ଏହି ଚିତ୍ତାକର୍ଷକ ବେଶ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିବେ ଭକ୍ତ ଓ ଦର୍ଶାନାର୍ଥି। ସେହିପରି ଦେବଦେବ ମହାଦେବ ଶ୍ରୀଲୋକନାଥଙ୍କର ଆଜି ହେବ ପଦ୍ମବେଶ। ସୋଲରେ ତିଆରି ପଦ୍ମରେ ବିଭୂଷିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଲୋକନାଥ।




