ଆଜି ପବିତ୍ର ମହାଳୟା,ପିତୃପକ୍ଷର ଶେଷ ଶ୍ରାଦ୍ଧ ଦିନ

ଭୁବନେଶ୍ୱର : ଆଜି ପବିତ୍ର ମହାଳୟା ଅମାବାସ୍ୟା । ପିତୃପକ୍ଷର ଅନ୍ତିମ ଦିବସ । ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ । ଆଶ୍ୱିନ ମାସର ଅନ୍ଧାର ପକ୍ଷରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବାର ପରମ୍ପରା ଅଛି । ଯଦି କିଏ ଦେଇପାରିନଥିବ, ତେବେ ଆଜି ହେଉଛି ଶ୍ରାଦ୍ଧ ଦେବାର ଶେଷ ଦିନ । ଆଶ୍ୱିନ କୃଷ୍ଣ ପ୍ରତିପଦାଠାରୁ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥାଏ ଶ୍ରାଦ୍ଧ ଓ ତିଳତର୍ପଣ । ସୂର୍ଯ୍ୟ କନ୍ୟା […]

Samaya Live Picture
Published On

ଭୁବନେଶ୍ୱର : ଆଜି ପବିତ୍ର ମହାଳୟା ଅମାବାସ୍ୟା । ପିତୃପକ୍ଷର ଅନ୍ତିମ ଦିବସ । ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ । ଆଶ୍ୱିନ ମାସର ଅନ୍ଧାର ପକ୍ଷରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବାର ପରମ୍ପରା ଅଛି । ଯଦି କିଏ ଦେଇପାରିନଥିବ, ତେବେ ଆଜି ହେଉଛି ଶ୍ରାଦ୍ଧ ଦେବାର ଶେଷ ଦିନ ।

ଆଶ୍ୱିନ କୃଷ୍ଣ ପ୍ରତିପଦାଠାରୁ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥାଏ ଶ୍ରାଦ୍ଧ ଓ ତିଳତର୍ପଣ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା । ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର୍ଯ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର୍ଯ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶାଖା ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ ।ମହାଳୟାରେ ପିତୃ ପୁରୁଷ ଓ ମାମୁଁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି । ଏହିଦିନ ବିଶେଷ କରି ପିତା, ପିତାମହ, ପ୍ରପିତାମହ, ମାତା, ପିତାମୟୀ, ପ୍ରପିତାମୟୀ, ମାତାମହ, ପ୍ରମାତାମହ, ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ଶ୍ରାଦ୍ଧ ଆଦି କର୍ମ କରାଯାଇଥାଏ ।

ଏଥିପାଇଁ ରାଜ୍ୟରେ ବିଭିନ୍ନ ଧର୍ମକ୍ଷେତ୍ରରେ ଥିବା ପୁଷ୍କରିଣୀ କୂଳରେ ଭିଡ଼ ଜମିବା ସହିତ ଘରେ ଘରେ ମଧ୍ୟ ପିଣ୍ଡ ଦାନ ହେଉଛି । ପିତୃପକ୍ଷରେ ପୂର୍ବ ପୁରୁଷମାନଙ୍କ ଆତ୍ମାର ସଦଗତି କାମନା କରି ଶ୍ରୀମନ୍ଦିର ଚତୁର୍ପାଶ୍ୱ ସମେତ ପଞ୍ଚତୀର୍ଥ ପୁଷ୍କରିଣୀ ତଥା ମହୋଦଧିରେ ଶ୍ରଦ୍ଧାଳୁମାନେ ଶ୍ରାଦ୍ଧ ଦେଇଛନ୍ତି ।

ମହାଳୟା ତିଥିରେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଭୁବନଠାରେ “ଦଶହରା ବଳଦ ଯାତ୍ରା”ର ଆରମ୍ଭ ହୋଇଥାଏ । ଏହି ଦିନ ସମ୍ବଲପୁରର ସମଲେଶ୍ୱରୀଙ୍କ “ଧବଳମୁଖୀ ବେଶ” ହୋଇଥାଏ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ ‘ମହାଳୟା ଶ୍ରାଦ୍ଧ’, ‘ସାମ୍ବତ୍ସରିକ ଶ୍ରାଦ୍ଧ’ ବା ‘ପାର୍ବଣ ଶ୍ରାଦ୍ଧ’ ବା ‘ମଉଳା ଶ୍ରାଦ୍ଧ’ କୁହାଯାଏ ।

ସେହିପରି ଆଜି ମହାଳୟା ଥିବାରୁ ବିଶେଷ ପୂଜାର୍ଚନା କରାଯିବା ସହ ଧବଳମୁଖୀ ବେଶ କରାଯାଇଛି । ବର୍ଷର ସମସ୍ତ ଦିନ ଓ ପର୍ବ ଗୁଡିକରେ ମା ସିନ୍ଦୁରବର୍ଣ୍ଣା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ମହାଳୟା ଦିନ ଶ୍ୱେତବର୍ଣ୍ଣରେ ଦର୍ଶନ ଦେଇଥାନ୍ତି ।

Tags: