ଆଜି ପବିତ୍ର ମକର ସଂକ୍ରାନ୍ତି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମକର ଚୌରାଶୀ ବେଶ

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି I ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ୟ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ୟ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତି ପାଇଁ ଆଜି ଘରେ ଘରେ ପ୍ରସ୍ତୁତ ହେଉଛି ମକର ଚାଉଳ। ଲୋକମାନେ ଘରେ ମିଭିନ୍ନଏହି ମକର ଚାଉଳକୁ ଠାକୁରଙ୍କ ପାଖରେ ଭୋଗ ଲଗାଇବା ସହ ମନ୍ଦିର ମାନଙ୍କରେ ମଧ୍ୟ ସ୍ବତନ୍ତ୍ର ଆୟୋଜନ […]

Samaya Live Picture
Published On

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି I ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ୟ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ୟ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତି ପାଇଁ ଆଜି ଘରେ ଘରେ ପ୍ରସ୍ତୁତ ହେଉଛି ମକର ଚାଉଳ। ଲୋକମାନେ ଘରେ ମିଭିନ୍ନଏହି ମକର ଚାଉଳକୁ ଠାକୁରଙ୍କ ପାଖରେ ଭୋଗ ଲଗାଇବା ସହ ମନ୍ଦିର ମାନଙ୍କରେ ମଧ୍ୟ ସ୍ବତନ୍ତ୍ର ଆୟୋଜନ କରାଯାଉଛି ।

ମକର ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳନ ହୋଇଥାଏ ମହାପ୍ରଭୁଙ୍କ ସ୍ୱତନ୍ତ୍ର ମକରନୀତି । ଆଜି ରତ୍ନସିଂହାସନରେ ମକରଚୌରାଶୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀଜୀଉଙ୍କ ଆଜିର ଏହି ବେଶରେ ମକର ଚୁଳ ଲଗାଯିବାର ପରମ୍ପରା ରହିଛି। ମକର ବେଢ଼ା ଓ ମକର ଚାଉଳ ଭୋଗ ହେବା ପାଇଁ ଏକ ବୃହଦକାୟ ମକର ତାଡ଼ ହେବାର ପରମ୍ପରା ମଧ୍ୟ ରହିଛି। ମଧ୍ୟାହ୍ନ ଧୂପ ପରେ ନଡିଆ, ଘିଅ, ମିଠା, ଦୁଧ, ସର, ଖୁଆ ଓ ଚାଉଳର ମିଶ୍ରଣରେ ପ୍ରସ୍ତୁତ ମକର ଭୋଗ ଶ୍ରୀଜିଉଙ୍କ ପାଖରେ ଲାଗି ହେବ। ଏହି ଅବସରରେ ବିଭିନ୍ନ ମଠ ମନ୍ଦିର ଏବଂ ଶ୍ରୀକ୍ଷେତ୍ରର ଘରେ ଘରେ ମକର ଚାଉଳ ପ୍ରସ୍ତୁତ କରାଯାଇ ଭୋଗ ରୂପେ ଅର୍ପଣ କରିବାର ପରମ୍ପରା ରହିଛି।

ମକର ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରକୁ ହଜାର ହଜାର ଭକ୍ତଙ୍କ ଆଗମନ ହୋଇଛି । ମହାପ୍ରଭୁଙ୍କ ମକର ଚାଉଳ ପ୍ରସାଦ ରୂପେ ପାଇବା ପାଇଁ ଭକ୍ତଙ୍କ ମଧ୍ୟରେ ବେଶ୍ ଉତ୍କଣ୍ଠା ଦେଖିବାକୁ ମିଳୁଛି । ସେପଟେ ଭକ୍ତଙ୍କ ଭଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ଅନ୍ୟପଟେ ଧନୁ ସଂକ୍ରାନ୍ତି ଦିନ ଠାରୁ ମା’ ମହାଲକ୍ଷ୍ମୀ ବାବା ଘରକୁ ଯାଇଥାନ୍ତି I ମକର ସଂକାନ୍ତିରେ ମହାଲକ୍ଷ୍ମୀ ସାଥିରେ ମହାପ୍ରଭୁଙ୍କ ପାଇଁ ୭୮ ପ୍ରକାର ଭୋଗ ଧରି ଶ୍ରୀମନ୍ଦିରକୁ ଫେରିଆସନ୍ତି । ଲୋକ କଥାରେ ରହିଛି ମହାଲକ୍ଷ୍ମୀ ବଡ଼ଦେଉଳକୁ ପ୍ରତ୍ୟାବର୍ତ୍ତନ କରିବା ପୂର୍ବରୁ ଚୂନ ଓ ଗେରୁ ଭାର ପଠାଇଥାନ୍ତି । ସୋମବାର ଚୁନରା ସେବକଙ୍କ ଦ୍ୱାରା ଚୁନ ଲେପନ କାର୍ଯ୍ୟ ଆରମ୍ଭ କରିଥିଲେ । ମକରସଂକ୍ରାନ୍ତିରେ ଗେରୁରେ ରାମାନନ୍ଦୀ ଚିତା ଅଙ୍କନ ହୋଇ ନୀଳଚକ୍ର ମାଜଣା କରାଯିବ । ଚୁନରା ସେବକମାନେ ବଡ଼ ଦେଉଳର କଳସ ଓ ବେକିରେ ଚୁନ ଲେପନ କରିଛନ୍ତି ।

Tags: