ଆଜି ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ୱର : ଡିସେମ୍ବର ୨୧ ଶନିବାର ଚଳିତ ବର୍ଷର ସବୁଠାରୁ ଛୋଟ ଦିନ ଏବଂ ରାତି ବଡ଼ ହେବ । ଭୁବନେଶ୍ବରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ । ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ । କିନ୍ତୁ ଭୁବନେଶ୍ୱରରେ ୨୭ ତାରିଖ ଯାଏ ଦିନ ୧୦ […]
ଭୁବନେଶ୍ୱର : ଡିସେମ୍ବର ୨୧ ଶନିବାର ଚଳିତ ବର୍ଷର ସବୁଠାରୁ ଛୋଟ ଦିନ ଏବଂ ରାତି ବଡ଼ ହେବ । ଭୁବନେଶ୍ବରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ । ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ । କିନ୍ତୁ ଭୁବନେଶ୍ୱରରେ ୨୭ ତାରିଖ ଯାଏ ଦିନ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହେବ ।
ସେହିପରି ଆଜି ଓଡିଶାର ସୁନ୍ଦରଗଡ଼ ଓ ମାଲକାନଗିରି ଠାରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୪୭ ମିନିଟ୍ ଓ ୧୧ ଘଣ୍ଟା ୦୧ ମିନିଟ୍ ହେବ । ସେହି ତାରିଖରେ ଦିଲ୍ଲୀ ଓ କନ୍ୟାକୁମାରୀ ଠାରେ ଦିନର ଲମ୍ବା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ ବୋଲି ବରିଷ୍ଠ ବୈଜ୍ଞାନିକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି ।
ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏହା ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ । ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ ବା ଦିନର ଲମ୍ବ ବଡ଼ ହେବାକୁ ଆରମ୍ଭ ହୁଏ। ତେଣୁ ଡିସେମ୍ବର ୨୫କୁ ‘ବଡଦିନ’ ରୂପେ ପାଳନ କରାଯାଏ । ହେଲେ ଡିସେମ୍ବର ୨୧ କିମ୍ବା ୨୨ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏଥିସହ ଏହା ବର୍ଷର “ସବୁଠାରୁ ଛୋଟ ଦିନ’ ହୋଇଥାଏ । ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ଶୀତଦିନ ଆରମ୍ଭ ହୁଏ ବର୍ଷର ଏହି ସବୁଠାରୁ ଛୋଟ ଦିନରୁ ଓ ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ । ସହି କ୍ରମରେ ମାର୍ଚ୍ଚ ମାସ ୨୨ ବା ୨୩ ତାରିଖ ବେଳକୁ ଦିନ ଓ ରାତିର ଅବଧି ସମାନ ହୁଏ । ଜୁନ ୨୧ ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ସବୁଠାରୁ ବଡ଼ ଦିନ ହୋଇ ଥାଏ । ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ ବର୍ଷସାରା ଦିନର ଦୈର୍ଘ୍ୟରେ ବଡ଼ ପାର୍ଥକ୍ୟ ଅନୁଭୁତ ହୁଏ । ସେଠାରେ ଶୀତଋତୁରେ ଦିନଗୁଡ଼ିକ ଅତ୍ୟନ୍ତ ଛୋଟ ହୁଏ ।




