ଆଜି ଉତ୍କଳ ଦିବସ,ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତିଙ୍କ ସମେତ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଆଜି ରାଜ୍ୟ ପାଳନ କରୁଛି ୮୯ତମ ଉତ୍କଳ ଦିବସ I ୧୯୩୬ ଅପ୍ରେଲ ୧ ତାରିଖରେ ଓଡ଼ିଶାକୁ ଏକ ରାଜ୍ୟ ଭାବେ ଗଠନ କରାଯାଇଥିଲା । ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଯାହାକୁ ନେଇ ନିଜକୁ ଗର୍ବିତ ଅନୁଭବ କରନ୍ତି ପ୍ରତ୍ୟେକ ଓଡ଼ିଆ । ଯେଉଁ ଦିନ ଭାଷା ଭିତ୍ତିରେ ଗଠନ ହୋଇଥିଲା ସ୍ବତନ୍ତ୍ର ଓଡ଼ିଶା ରାଜ୍ୟ । ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡ଼ିଶା ଭାଷା ଭିତ୍ତିରେ […]

Samaya Live Picture
Published On

ଆଜି ରାଜ୍ୟ ପାଳନ କରୁଛି ୮୯ତମ ଉତ୍କଳ ଦିବସ I ୧୯୩୬ ଅପ୍ରେଲ ୧ ତାରିଖରେ ଓଡ଼ିଶାକୁ ଏକ ରାଜ୍ୟ ଭାବେ ଗଠନ କରାଯାଇଥିଲା । ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଯାହାକୁ ନେଇ ନିଜକୁ ଗର୍ବିତ ଅନୁଭବ କରନ୍ତି ପ୍ରତ୍ୟେକ ଓଡ଼ିଆ । ଯେଉଁ ଦିନ ଭାଷା ଭିତ୍ତିରେ ଗଠନ ହୋଇଥିଲା ସ୍ବତନ୍ତ୍ର ଓଡ଼ିଶା ରାଜ୍ୟ । ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡ଼ିଶା ଭାଷା ଭିତ୍ତିରେ ସ୍ବତନ୍ତ୍ର ପରିଚୟ ପାଇପାରିଛି ସେମାନଙ୍କୁ ଆଜି ସମସ୍ତେ ମନେ ପକାଉଛନ୍ତି । ଏହି ଦିନର ସ୍ମୃତିରେ ଏପ୍ରିଲ୍‌ ମାସ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଇଥାଏ । ୧ ୨ ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ହେଉଛି ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ, ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା । ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ ପାଇଁ ମୁଖ୍ୟ ବିପ୍ଳବ ଭାବେ ଉତ୍କଳ ସମ୍ମିଳନୀ କାର୍ଯ୍ୟ କରିଥିଲା । ଏହା ଗଠନ ହେବା ଠାରୁ ତିନି ଦଶନ୍ଧି ଧରି ଏହି କାର୍ଯ୍ୟରେ ଲାଗିରହିଥିଲା ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ମୂଳଦୁଆ ସ୍ଥାପନକରିଥିଲା । ମଧୁସୂଦନ ଦାସ, ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତି, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଆଦିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅଧିକ ତୀବ୍ର ହୋଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପ୍ରଥମ ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଥିଲା । ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୂର୍ନବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଉତ୍କଳ ଦିବସ ନାମରେ ପାଳନ କରାଯାଇ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣକରାଯାଏ ।

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁହେଁ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କରିଛନ୍ତି।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ। ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି। ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ଵିଟରେ କହିଛନ୍ତି, “ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ବିକଶିତ ଓଡ଼ିଶା ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି ଓଡ଼ିଶା ଦିବସ ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି ବିକଶିତ ଓଡ଼ିଶା ଗଢ଼ିବା ଦିଗରେ ଆଗକୁ… ”

Tags: