ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ,୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଭୁବନେଶ୍ୱର : ଆଜି ଶ୍ରାବଣ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଯଥାବିଧି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏହି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର କରିବେ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ […]
ଭୁବନେଶ୍ୱର : ଆଜି ଶ୍ରାବଣ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଯଥାବିଧି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏହି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର କରିବେ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତିରେ ଦତ୍ତ ମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରି ଶ୍ରୀବିଗ୍ରହମାନଙ୍କ ମୁଖକୁ ସୁନ୍ଦର ଭାବେ ସଜାଇ ଥାଆନ୍ତି । ଏଥିପାଇଁ ପ୍ରାୟ ୪ ଘଣ୍ଟା ସମୟ ଲାଗିଥାଏ । ପ୍ରାକୃତିକ ରଙ୍ଗରେ ପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମୁଖମଣ୍ଡଳକୁ ସଜ୍ଜିତ କରାଯାଇ ଥାଏ । ରଥଯାତ୍ରା ପରେ ପ୍ରଥମ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯିବ।ପ୍ରାକୃତିକ ରଙ୍ଗ ହିଙ୍ଗୁଳା, ହରିତାଳ, ଧଳା ଓ କଳା ରଙ୍ଗରେ ଦତ୍ତମହାପାତ୍ର ସେବକ ବନକଲାଗି କରାଇବେ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।




