ଆଜି ମହାପ୍ରଭୁଙ୍କର ଖସାପଡା ନୀତି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଆଜି ଶ୍ରାବଣ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥି ସୋମବାର । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏହି ନିତିପାଇଁ ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ପାରିବେ ନାହିଁ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଶ୍ରୀଜିଉଙ୍କ […]
ପୁରୀ: ଆଜି ଶ୍ରାବଣ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥି ସୋମବାର । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏହି ନିତିପାଇଁ ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ପାରିବେ ନାହିଁ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଶ୍ରୀଜିଉଙ୍କ ଖସାପଡା ନୀତି ଏକ ଗୁପ୍ତ ସେବା । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ବର୍ଷକୁ ୨ ରୁ ୩ ଥର ଏହି ଗୁପ୍ତ ସେବା ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ ।
ଶ୍ରୀମନ୍ଦିରରେ ମଧ୍ୟାହ୍ଣ ଧୂପ ସମ୍ପନ୍ନ ହୋଇ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ । ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ । ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଜ ଘର ବିଜେ କରିବେ । ପରେ ମହାପ୍ରଭୁଙ୍କ ଖସାପଡା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ । ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଖସାପଡ଼ା ନୀତି ସାରି ଦଇତାପତି ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି କରାଯିବ । ପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ ।




