ଆଜି ତୃତୀୟ ଦିନରେ ସ୍ୱାଭାବିକ ଚାଲିଲା ଗୃହ
ଭୁବନେଶ୍ୱର :ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ଲଗାତାର ଦୁଇ ଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ଅଚଳ ହୋଇ ପଡିଥିଲା I ମାତ୍ର ଆଜି ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନର ଗୃହ ସ୍ୱାଭାବିକ ହୋଇଛି Iପ୍ରଶ୍ନକାଳରେ ପାନୀୟ ଜଳ ଯୋଗାଣ,ଜଳ ସେଚନ ଓ ଜଳ ସଂରକ୍ଷଣ ନେଇ ଗୃହରେ ସରଗରମ ଆଲୋଚନା । ପ୍ରଶ୍ନକାଳରେ ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇଛନ୍ତି। ପଦ୍ମନାଭ ବେହେରାଙ୍କ ଏକ ପ୍ରଶ୍ନରେ ଜଳ ସମ୍ପଦ ମନ୍ତ୍ରୀ […]
ଭୁବନେଶ୍ୱର :ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ଲଗାତାର ଦୁଇ ଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ଅଚଳ ହୋଇ ପଡିଥିଲା I ମାତ୍ର ଆଜି ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନର ଗୃହ ସ୍ୱାଭାବିକ ହୋଇଛି Iପ୍ରଶ୍ନକାଳରେ ପାନୀୟ ଜଳ ଯୋଗାଣ,ଜଳ ସେଚନ ଓ ଜଳ ସଂରକ୍ଷଣ ନେଇ ଗୃହରେ ସରଗରମ ଆଲୋଚନା ।
ପ୍ରଶ୍ନକାଳରେ ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇଛନ୍ତି। ପଦ୍ମନାଭ ବେହେରାଙ୍କ ଏକ ପ୍ରଶ୍ନରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି,ସୁବର୍ଣ୍ଣପୁର ଜିଲା ଖଇରମାଳ ଓ ଗୋଧନେଶ୍ୱରଠାରେ ଇନ୍ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ କରାଯିବ। ୬ ବର୍ଷ ମଧ୍ୟରେ ଏହାର ନିର୍ମାଣ ସରିବ। ସାରା ରାଜ୍ୟରେ ୩୨ଟି ଇନ୍ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକ୍ଚର କରାଯିବ। ପ୍ରଥମ ପର୍ଯ୍ୟାୟରେ ୧୬ଟି ଶେଷ ହେବ। ବଳକା ଟେଣ୍ଡର ଖୁବ୍ଶୀଘ୍ର କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ସେହିପରି ବିଜେପି ବିଧାୟକ ଭାସ୍କର ମଢେଇ ସରକାରଙ୍କ ପୂର୍ବ ଘୋଷଣା କାର୍ଯ୍ୟକାରୀ ନ ହେବାକୁ ନେଇ ବିରକ୍ତି ପ୍ରକାଶ କରିଥିବା ବେଳେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ବି ଭୁବନେଶ୍ବରର ପାନୀୟ ଜଳ ବ୍ୟବସ୍ତାକୁ ନେଇ ପ୍ରଶ୍ନ ଉଠାଇବା ସହ ଛତିଶଗଡ଼ ବନ୍ଧ ବାନ୍ଧି ପାଣି ରୋକୁଥିବା ବେଳେ କି ବ୍ୟବସ୍ଥା ସରକାର ନେଉଛନ୍ତି ବୋଲି ପ୍ରଶ୍ନ ଉଠାଇଛନ୍ତି।




