ଆଜି ମହାପ୍ରଭୁଙ୍କୁ ଲାଗିହେବ ରାହୁ ରେଖା,୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ : ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା । ଏହି ନୀତି ପ୍ରାୟ ୪ ଘଣ୍ଟା ଧରି ଚାଲିଥାଏ। ଏନେଇ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ପରମ୍ପରା ଅନୁଯାୟୀ ପ୍ରଥମ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟ ବିଜୟ ଦ୍ବାର […]
ପୁରୀ : ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା । ଏହି ନୀତି ପ୍ରାୟ ୪ ଘଣ୍ଟା ଧରି ଚାଲିଥାଏ। ଏନେଇ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ
ପରମ୍ପରା ଅନୁଯାୟୀ ପ୍ରଥମ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟ ବିଜୟ ଦ୍ବାର ବନ୍ଦ କରାଯିବ। ଶ୍ରୀଜୀଉଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବାୟତମାନେ ରାହୁ ରେଖା ଲାଗି କରିବେ । ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ ଲାଗି କରାଯିବ ।




