ଆଜି ଶ୍ରୀ ଜୀଉଙ୍କ ବନକଲାଗି ନୀତି,୪ ଘଣ୍ଟା ବନ୍ଦ ରହିବ ସର୍ବ ସାଧାରଣ ଦର୍ଶନ
ପୁରୀ : ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ବନକଲାଗି ନୀତି ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି । ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର ପରେ ଝଲସିବେ କାଳିଆ ସାଆନ୍ତ । ଆଜି ସନ୍ଧ୍ୟାରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଦତ୍ତାମାହାପାତ୍ର ସେବକମାନେ ଏହି […]
ପୁରୀ : ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ବନକଲାଗି ନୀତି ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି । ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର ପରେ ଝଲସିବେ କାଳିଆ ସାଆନ୍ତ । ଆଜି ସନ୍ଧ୍ୟାରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଦତ୍ତାମାହାପାତ୍ର ସେବକମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି । ବନକଲାଗି ନୀତି ଆଜି ଦ୍ୱିପ୍ରହର ଧୂପ ସରିବା ପରେ ହେବ । ଦତ୍ତାମାହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର ନୀତି କରିବେ । ଏହି ନୀତି ସମ୍ପନ୍ନ ପରେ ମହାସ୍ନାନ ପୂଜା ଶେଷ ହୋଇ ସର୍ବ ସାଧାରଣଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହି ନୀତି ଗୁପ୍ତ ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ ରୁ ରାତି ୧୦ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।




