ଆଜି ବଡ଼ ଠାକୁରଙ୍କ ହରିହର ବେଶ,ଧାରଣ କରିବେ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର
ଭୁବନେଶ୍ୱର : ସୋମବାର ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯିବ। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଏ। ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ। ବଳଭଦ୍ରଙ୍କ ବାମପାର୍ଶ୍ୱକୁ କଳା ଓ ଡାହାଣ ପାର୍ଶ୍ୱକୁ ଧଳା ରଙ୍ଗର ବସ୍ତ୍ରରେ ସଜ୍ଜିତ କରାଯାଇଥାଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧାଦାମୋଦର ବେଶ ଓ ପ୍ରଭୁ ବଳଭଦ୍ର ହରିହର ବେଶରେ […]
ଭୁବନେଶ୍ୱର : ସୋମବାର ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯିବ। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଏ। ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ। ବଳଭଦ୍ରଙ୍କ ବାମପାର୍ଶ୍ୱକୁ କଳା ଓ ଡାହାଣ ପାର୍ଶ୍ୱକୁ ଧଳା ରଙ୍ଗର ବସ୍ତ୍ରରେ ସଜ୍ଜିତ କରାଯାଇଥାଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧାଦାମୋଦର ବେଶ ଓ ପ୍ରଭୁ ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ । ଶାସ୍ତ୍ରରେ ମଧ୍ୟ ହରି ଓ ହର ଅଭିନ୍ନ ବୋଲି ପ୍ରମାଣ ରହିଛି।
କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପର ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁଦିନ ସୋମବାର ପଡେ ସେହିଦିନ ରତ୍ନ ସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପରେ ଓ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡୁଥିବାରୁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶ ସଜିତ କରାଯିବ ।
ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ କାର୍ତ୍ତିକ ମାସ ଚାଲିଥିବାରୁ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କ ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିବେ।




