ଆଜି ବାହୁଡ଼ାଯାତ୍ରା,୪ ଘଣ୍ଟା ପୂର୍ବରୁ ଆରମ୍ଭ ହେଲା ପହଣ୍ଡି ବିଜେ ନୀତି
ପୁରୀ : ଆଜି ମହାପ୍ରଭୁଙ୍କ ବାହୁଡାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜିଉ ନୀଳକନ୍ଦରକୁ ଫେରିବେ। ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି। । ଶ୍ରୀମନ୍ଦିର ପ୍ରଶାସନର ନୀତିନିର୍ଘଣ୍ଟ ଅନୁସାରେ ଭୋର ୪ଟାରୁ ନୀତିକାନ୍ତି ଆରମ୍ଭ ହୋଇଥିଲା। ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ରୋଷହୋମ, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବେଶଶେଷ ନୀତି ଶେଷ ହେବା ପରେ ୫ଟା ୪୫ରୁ ୬ଟା ୪୫ ମଧ୍ୟରେ ଗୋପାଳବଲ୍ଲଭ ଓ ସକାଳ […]
ପୁରୀ : ଆଜି ମହାପ୍ରଭୁଙ୍କ ବାହୁଡାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜିଉ ନୀଳକନ୍ଦରକୁ ଫେରିବେ। ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି। ।
ଶ୍ରୀମନ୍ଦିର ପ୍ରଶାସନର ନୀତିନିର୍ଘଣ୍ଟ ଅନୁସାରେ ଭୋର ୪ଟାରୁ ନୀତିକାନ୍ତି ଆରମ୍ଭ ହୋଇଥିଲା। ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ରୋଷହୋମ, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବେଶଶେଷ ନୀତି ଶେଷ ହେବା ପରେ ୫ଟା ୪୫ରୁ ୬ଟା ୪୫ ମଧ୍ୟରେ ଗୋପାଳବଲ୍ଲଭ ଓ ସକାଳ ଧୂପ (ଖେଚୁଡ଼ି ଭୋଗ) ନୀତି ସଂପନ୍ନ ହୋଇଥିଲା। ପରେ ସେନାପଟା ଲାଗି ଓ ମଙ୍ଗଳାର୍ପଣ ନୀତି ପରେ ପହଣ୍ଡି ଆରମ୍ଭ ହୋଇଥିଲା।
ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ସଅଳ ଚାଲିଛି। ନିର୍ଦ୍ଧାରିତ ସମୟର ୪ ଘଣ୍ଟା ଆଗରୁ ବାହୁଡ଼ା ପହଣ୍ଡି ଆରମ୍ଭ ହୋଇଥିଲା।ଚତୁର୍ଦ୍ଧାମୂର୍ତ୍ତିଙ୍କର ପହଣ୍ଡି ଶେଷ ହୋଇଛି। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ତାପରେ ମାତା ସୁଭଦ୍ରା ଓ ଶେଷରେ ମହାବାହୁଙ୍କ ପହଣ୍ଡି ଶେଷ ହୋଇଛି।
ଶରଧାବାଲିରେ ଶ୍ରୀବିଗ୍ରହଙ୍କୁ ବାହୁଡ଼େଇ ଆଣିବା ପାଇଁ ଭକ୍ତଙ୍କ ସମାଗମ ଧୀରେ ଧୀରେ ବଢ଼ିବାରେ ଲାଗିଛି। ସେହି ଭାବ ବିନୋଦିଆ କାଳିଆ ସାଆନ୍ତଙ୍କୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ। ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଗଜପତିଙ୍କ ଛେରାପହଁରା ନୀତି ରହିଥିବାବେଳେ ଅପରାହ୍ନ ୪ଟାରେ ରଥଟଣା ହେବ ବୋଲି ସୂଚନା ମିଳିଛି।
ଅନ୍ୟପଟେ ବାହୁଡ଼ା ଯାତ୍ରା ଶେଷ ପରେ ୨୯ ତାରିଖରେ ସୁନାବେଶ, ୩୦ରେ ଅଧରପଣା ଓ ଜୁଲାଇ ୧ରେ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ। ସେପଟେ ବାହୁଡ଼ାଯାତ୍ରା ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭକ୍ତଙ୍କ ସୁରକ୍ଷା ଓ ଟ୍ରାଫିକ୍ ବ୍ୟବସ୍ଥା ଉପରେ ପୁଲିସ୍ ପ୍ରଶାସନ ଗୁରୁତ୍ୱ ଦେଇଛି।




