୨୪ ଘଣ୍ଟାରେ ରାଜ୍ୟରେ ୨୩୯ ଜଣ କରୋନା ସଂକ୍ରମିତ ଏବଂ ୨ ମୃତ

ଭୁବନେଶ୍ୱର: ନଭେମ୍ବର ୨୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭, ୨୯୫ ସ୍ୱାବ ଟେଷ୍ଟ ମଧ୍ୟରୁ ୨୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୬ ହଜାର ୭୯୮ ଜଣ କରୋନାରେ […]

Samaya Live Picture
Published On

ଭୁବନେଶ୍ୱର: ନଭେମ୍ବର ୨୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭, ୨୯୫ ସ୍ୱାବ ଟେଷ୍ଟ ମଧ୍ୟରୁ ୨୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୬ ହଜାର ୭୯୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୩୫୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୫ ହଜାର ୯୬୭ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୩୯୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୩୮୭ ରହିଛି ।