୨୪ ଘଣ୍ଟାରେ ରାଜ୍ୟରେ ୧୪୬ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୭୪ ସୁସ୍ଥ

ଭୁବନେଶ୍ୱର: ଡିସେମ୍ବର ୨୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨, ୪୩୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୫ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୦ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୩ ହଜାର ୧୬୬ ଜଣ କରୋନାରେ […]

Samaya Live Picture
Published On

ଭୁବନେଶ୍ୱର: ଡିସେମ୍ବର ୨୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨, ୪୩୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୫ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୦ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୩ ହଜାର ୧୬୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୧୭୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୨ ହଜାର ୮୭୫ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୪୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୭୯୨ ରହିଛି ।