୨୪ ଘଣ୍ଟାରେ ରାଜ୍ୟରେ ୨୯୮ କରୋନା ସଂକ୍ରମିତ ଚିହ୍ନଟ ଏବଂ ୨୦୯ ସୁସ୍ଥ

ଭୁବନେଶ୍ୱର: ଜାନୁଆରୀ ୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଖୋର୍ଦ୍ଧାରେ ସର୍ବଧିକ ୧୧୯ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୫ ହଜାର ୧୩୨ […]

Samaya Live Picture
Published On

ଭୁବନେଶ୍ୱର: ଜାନୁଆରୀ ୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଖୋର୍ଦ୍ଧାରେ ସର୍ବଧିକ ୧୧୯ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୫ ହଜାର ୧୩୨ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୨୦୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୪ ହଜାର ୮୦୩ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୮୧୪ ରହିଛି ।