୨୪ ଘଣ୍ଟାରେ ରାଜ୍ୟରେ ୨ ହଜାର କରୋନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଜାନୁଆରୀ ୦୭ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮, ୯୭୦ ସ୍ୱାବ ଟେଷ୍ଟ ମଧ୍ୟରୁ ୨, ୭୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୦୯ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧, ୫୭୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧, ୧୨୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୬୨ ହଜାର […]

Samaya Live Picture
Published On

ଭୁବନେଶ୍ୱର: ଜାନୁଆରୀ ୦୭ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮, ୯୭୦ ସ୍ୱାବ ଟେଷ୍ଟ ମଧ୍ୟରୁ ୨, ୭୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୦୯ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧, ୫୭୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧, ୧୨୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୬୨ ହଜାର ୪୭୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୨୦୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୫ ହଜାର ୭୧୮ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୬୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭, ୨୩୭ ରହିଛି ।