ବଢ଼ୁଛି ରାଜ୍ୟର ଚିନ୍ତା: ୨୪ ଘଣ୍ଟାରେ ୧୦ ହଜାରରୁ ଅଧିକ କରୋନ ସଂକ୍ରମିତ ଚିହ୍ନଟ, ମୃତୁ୍ୟ ସଂଖ୍ୟା ୩

ଭୁବନେଶ୍ୱର: ଜାନୁଆରୀ ୧୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧, ୦୬୫ ସ୍ୱାବ ଟେଷ୍ଟ ମଧ୍ୟରୁ ୧୦, ୦୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୭୨ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୫, ୮୩୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪, ୨୨୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୧ ଲକ୍ଷ ୦୧ ହଜାର […]

Samaya Live Picture
Published On

ଭୁବନେଶ୍ୱର: ଜାନୁଆରୀ ୧୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧, ୦୬୫ ସ୍ୱାବ ଟେଷ୍ଟ ମଧ୍ୟରୁ ୧୦, ୦୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୭୨ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୫, ୮୩୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪, ୨୨୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୧ ଲକ୍ଷ ୦୧ ହଜାର ୬୦୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୯୪୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୮ ହଜାର ୭୩୨ ଜଣ ସୁସ୍ଥ ହୋଇସାରିଲେଣି । ସେହିପରି ଦେଶରେ କରୋନରେ ୩ ଜଣଙ୍କର ମୃତୁ୍ୟ ହୋଇଛି । ଏହାକୁ ମିଶାଇ ଏବେ ରାଜ୍ୟରେ କରୋନାରେ ୮ ହଜାର ୪୭୨ ଜଣଙ୍କର ମୃତୁ୍ୟ ହୋଇସାରିଲାଣି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୪ ହଜାର ୩୪୯ ରହିଛି ।

ଅନ୍ୟପକ୍ଷରେ, ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ ରହିଛି ।