୨୪ ଘଣ୍ଟାରେ ରାଜ୍ୟରେ ୧୦, ୮୫୬ କରୋନା ସଂକ୍ରମିତ ଚିହ୍ନଟ, ମୃତୁ୍ୟ ସଂଖ୍ୟା ୨

ଭୁବନେଶ୍ୱର: ଜାନୁଆରୀ ୧୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪, ୯୩୬ ସ୍ୱାବ ଟେଷ୍ଟ ମଧ୍ୟରୁ ୧୦, ୮୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧ ହଜାର ୨୧ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୬,୨୯୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪, ୫୬୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୧ ଲକ୍ଷ ୨୨ […]

Samaya Live Picture
Published On

ଭୁବନେଶ୍ୱର: ଜାନୁଆରୀ ୧୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪, ୯୩୬ ସ୍ୱାବ ଟେଷ୍ଟ ମଧ୍ୟରୁ ୧୦, ୮୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧ ହଜାର ୨୧ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୬,୨୯୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪, ୫୬୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୧ ଲକ୍ଷ ୨୨ ହଜାର ୭୩୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୨, ୨୧୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୫୨ ହଜାର ୩୯୫ ଜଣ ସୁସ୍ଥ ହୋଇସାରିଲେଣି । ସେହିପରି ଦେଶରେ କରୋନରେ ୨ ଜଣଙ୍କର ମୃତୁ୍ୟ ହୋଇଛି । ଏହାକୁ ମିଶାଇ ଏବେ ରାଜ୍ୟରେ କରୋନାରେ ୮ ହଜାର ୪୭୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୧ ହଜାର ୮୦୯ ରହିଛି ।