୨୪ ଘଣ୍ଟାରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାରକୁ ଟପିଲା, ୪ ମୃତ

ଭୁବନେଶ୍ୱର: ଜାନୁଆରୀ ୧୮ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୦, ୯୯୦ ସ୍ୱାବ ଟେଷ୍ଟ ମଧ୍ୟରୁ ୧୧, ୦୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧, ୦୬୧ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୬,୪୩୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪, ୬୫୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୧ ଲକ୍ଷ ୫୫ ହଜାର […]

Samaya Live Picture
Published On

ଭୁବନେଶ୍ୱର: ଜାନୁଆରୀ ୧୮ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୦, ୯୯୦ ସ୍ୱାବ ଟେଷ୍ଟ ମଧ୍ୟରୁ ୧୧, ୦୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧, ୦୬୧ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୬,୪୩୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪, ୬୫୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୧ ଲକ୍ଷ ୫୫ ହଜାର ୪୮୭ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୫, ୯୬୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୬୬ ହଜାର ୦୩୨ ଜଣ ସୁସ୍ଥ ହୋଇସାରିଲେଣି । ସେହିପରି ଦେଶରେ କରୋନରେ ୪ ଜଣଙ୍କର ମୃତୁ୍ୟ ହୋଇଛି । ଏହାକୁ ମିଶାଇ ଏବେ ରାଜ୍ୟରେ କରୋନାରେ ୮ ହଜାର ୪୮୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୦ ହଜାର ୯୧୪ ରହିଛି ।