୨୪ ଘଣ୍ଟାରେ ରାଜ୍ୟରେ ୬୩୮ ସଂକ୍ରମିତ ଓ ୭୨୭ ସୁସ୍ଥ

  ଭୁବନେଶ୍ୱର: ସେପ୍‌ଟେମ୍ବର ୭: ଆଜି ରାଜ୍ୟରେ ନୂତନ ୫୭, ୩୦୩ ସ୍ୱାବ ଟେଷ୍ଟ ମଧ୍ୟରୁ ୬୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୭୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୨ ହଜାର ୮୦୫ ଜଣ କରୋନାରେ ଆକ୍ରାନ୍ତ […]

Samaya Live Picture
Published On

 

ଭୁବନେଶ୍ୱର: ସେପ୍‌ଟେମ୍ବର ୭: ଆଜି ରାଜ୍ୟରେ ନୂତନ ୫୭, ୩୦୩ ସ୍ୱାବ ଟେଷ୍ଟ ମଧ୍ୟରୁ ୬୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୭୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୨ ହଜାର ୮୦୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୭୨୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୯ ଲକ୍ଷ ୯୭ ହଜାର ୭୯୦ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬, ୯୦୦ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮,୦୬୨ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
ଆଜି ଖୋର୍ଦ୍ଧାରେ ସର୍ବାଧିକ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାରୁ ଗତ ୨୪ ଘଣ୍ଟାରେ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୭, ବାଲେଶ୍ୱରରୁ ୩୩, ବରଗଡ଼ରୁ ୭, ଭଦ୍ରକରୁ ୧୪ ,ବଲାଙ୍ଗୀରରୁ ୨, ବୌଦ୍ଧରୁ ୧, କଟକରୁ ୬୬, ଦେଓଗଡ଼ରୁ ୩, ଢ଼େଙ୍କାନାଳରୁ ୯, ଗଜପତିରୁ ୯, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୨, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୧୪, କୋରାପୁଟରୁ ୩, ମାଲକାନଗିରିରୁ ୫, ମୟୁରଭଞ୍ଜରୁ ୨୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨, ପୁରୀରୁ ୧୮, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୫ ଏବଂ ଷ୍ଟେଟ ପୁଲରୁ ୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।