୨୪ ଘଣ୍ଟାରେ ୬୨୮ କରୋନା ସଂକ୍ରମିତ ଏବଂ ୬୮୧ ସୁସ୍ଥ

ଭୁବନେଶ୍ୱର: ସେପ୍‌ଟେମ୍ବର ୧୭ : ଆଜି ରାଜ୍ୟରେ ୬୨, ୨୩୮ ସ୍ୱାବ ଟେଷ୍ଟ ମଧ୍ୟରୁ ୬୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୯୬ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୮ ହଜାର ୯୨୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି […]

Samaya Live Picture
Published On

ଭୁବନେଶ୍ୱର: ସେପ୍‌ଟେମ୍ବର ୧୭ : ଆଜି ରାଜ୍ୟରେ ୬୨, ୨୩୮ ସ୍ୱାବ ଟେଷ୍ଟ ମଧ୍ୟରୁ ୬୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୯୬ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୮ ହଜାର ୯୨୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୮୧ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪ ହଜାର ୮୪୫ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୯୦୬ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୨୨ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।