ଅନ୍ତର୍ଜାତୀୟ ମହିଳା ଦିବସ ସୁଦ୍ଧା ସମସ୍ତ ଅଙ୍ଗନବାଡିରେ ଶୌଚାଳୟ ସୁବିଧା - ଅନୁ ଗର୍ଗ
ଭୁବନେଶ୍ୱର : ଆଗାମୀ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ସୁଦ୍ଧା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ହେବ ଶୌଚାଳୟ ସୁବିଧା । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାଇତ୍ୱ ଗ୍ରହଣ ପରେ ପ୍ରଥମ ସଚିବସ୍ତରୀୟ ବୈଠକ ନେଇଛନ୍ତି ଅନୁ ଗର୍ଗ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶିତ ୧୫ଟି କାର୍ଯ୍ୟସୂଚୀକୁ ପ୍ରାଥମିକତା ଭିତ୍ତିରେ କାର୍ଯ୍ୟକାରୀ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ଉପରେ ମଧ୍ୟ ଆଲୋଚନାରେ ଗୁରୁତ୍ବ ଦିଆଯାଇଛି।
ପ୍ରାଥମିକ ସ୍ତରରେ ରାଜ୍ୟରେ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକୁ ଗୋଟିଏ ଗୋଟିଏ ଖୁସିର କେନ୍ଦ୍ର ଭାବେ ବିକଶିତ କରିବା ସମ୍ପର୍କରେ ଆଲୋଚନା କରାଯାଇଛି । ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ସହିତ ସଂପୃକ୍ତ ବିଭାଗ ସମନ୍ୱୟରେ ଭିତ୍ତିଭୂମି ଓ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
Tags:




