ଆସନ୍ତା କାଲି ତୃତୀୟ ପର୍ଯ୍ୟାୟ ଭୋଟ
ଭୁବନେଶ୍ୱର : ଆସନ୍ତାକାଲି ଦେଶରେ ଷଷ୍ଠ ତଥା ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍ । ଏହି ପର୍ଯ୍ୟାୟରେ ଓଡ଼ିଶାର ୬ ଟି ଲୋକସଭା ଆସନ ସହିତ ୪୨ ଟି ବିଧାନସଭା କ୍ଷେତ୍ର ପାଇଁ ହେବ ମତଦାନ I ଏହା ମଧ୍ୟରେ କଟକ,ଭୁବନେଶ୍ୱର,ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁରର ୬ ସଂସଦୀୟ କ୍ଷେତ୍ର ସହିତ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦିତା କରୁଛନ୍ତି ୪୪୮ […]
ଭୁବନେଶ୍ୱର : ଆସନ୍ତାକାଲି ଦେଶରେ ଷଷ୍ଠ ତଥା ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍ । ଏହି ପର୍ଯ୍ୟାୟରେ ଓଡ଼ିଶାର ୬ ଟି ଲୋକସଭା ଆସନ ସହିତ ୪୨ ଟି ବିଧାନସଭା କ୍ଷେତ୍ର ପାଇଁ ହେବ ମତଦାନ I ଏହା ମଧ୍ୟରେ କଟକ,ଭୁବନେଶ୍ୱର,ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁରର ୬ ସଂସଦୀୟ କ୍ଷେତ୍ର ସହିତ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ।
୬ ଲୋକସଭା ଓ ୪୨ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦିତା କରୁଛନ୍ତି ୪୪୮ ଜଣ ପ୍ରାର୍ଥୀ । କେବଳ ୬ଟି ଲୋକସଭା ପାଇଁ ମୈଦାନରେ ଅଛନ୍ତି ୬୪ ଜଣ ପ୍ରାର୍ଥୀ ଏବଂ ୪୨ ବିଧାନସଭା ଆସନରେ ୩୮୩ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ସେମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ପ୍ରାର୍ଥୀ ଓ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଭୋଟ ଦେଇ ବଡ଼ ବଡ଼ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର ।
ତୃତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ମତାଧିକାର ସାବ୍ୟସ୍ତ କରିବେ ୯୪ ଲକ୍ଷରୁ ଅଧିକ ଭୋଟର। ଏମାନଙ୍କ ଭିତରେ ଅଛନ୍ତି ୪୮ ଲକ୍ଷରୁ ଅଧିକ ପୁରୁଷ ଓ ୪୬ ଲକ୍ଷରୁ ଅଧିକ ମହିଳା ମତଦାତା। ଏଥିପାଇଁ ରାଜ୍ୟରେ ମୋଟ୍ ୧୦ହଜାର ୫୫୧ ବୁଥ୍ କରାଯାଇଛି। ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ। ୨ ହଜାର ମଡେଲ ବୁଥ୍ ରହିଛି।
ଏହି ପର୍ଯ୍ୟାୟରେ ବହୁ ହେଭିୱେଟ୍ ନିଜର ଭାଗ୍ୟ ପରୀକ୍ଷା କରୁଥିବା ବେଳେ ସେମାନଙ୍କ ପାଇଁ ଶେଷ ଦିନରେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକ ପ୍ରଚାର କରିଛନ୍ତି। ରୋଡ୍ ଶୋ’, ସାଧାରଣ ସଭା ତଥା ଘରକୁ ଘର ବୁଲି ପ୍ରଚାର କରି ସେମାନେ ନିଜ ପ୍ରାର୍ଥୀଙ୍କ ସପକ୍ଷରେ ମତଦାନ କରିବାକୁ ଶେଷ ଅନୁରୋଧ କରିଛନ୍ତି। ଅପରପକ୍ଷେ ନିର୍ବାଚନ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଭାବେ ସ୍ୱଚ୍ଛ, ଅବାଧ ଏବଂ ନିରପେକ୍ଷ ଭାବେ ପରିଚାଳିତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି
ସେହିଭଳି ଦେଶରେ ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ । ଏଥିରେ ରହିଛି ଦିଲ୍ଲୀର ୭ଟି, ବିହାରର ୮ଟି, ହରିୟାଣାର ୧୦ଟି , ଝାଡଖଣ୍ଡର ୪ଟି, ଓଡିଶାର ୬ଟି, ଉତ୍ତରପ୍ରଦେଶର ୧୪ଟି, ପଶ୍ଚିମବଙ୍ଗର ୮ଟି ଓ ଜାମ୍ମୁକାଶ୍ମୀରର ଗୋଟିଏ ଆସନ । ଷଷ୍ଠ ପର୍ଯ୍ୟାୟରେ ୫୮ଟି ଆସନରେ ୮୮୯ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା । ପ୍ରଚାରର ଶେଷ ଦିନରେ ବିଜେପି, କଂଗ୍ରେସ, ଆମ୍ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି ଭଳି ଦଳ ଜୋରଦାର ପ୍ରଚାର କରିଛନ୍ତି । ଶେଷ ଦିନରେ ଭୋଟରଙ୍କ ମନ ଜିଣିବାକୁ ସବୁ ଦଳ ଉଦ୍ୟମ କରିଛନ୍ତି ।




