ଆଜି ଠାରୁ ଆରମ୍ଭ ତୋଷାଳୀ କ୍ରାଫ୍ଟ ମେଳା

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେବାକୁ ଯାଉଛି ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା । ଭୁବନେଶ୍ବର ଜନତା ମଇଦାନରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୧୯ ରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ । ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାର ଶୁଭ ଉଦଘାଟନ କରିବେ । ଏହି ମେଳାରେ ୬୫୦ ରୁ ଅଧିକ ଷ୍ଟଲ ଲାଗିବ। ବିଭିନ୍ନ ରାଜ୍ୟରୁ ୧୫୦ଟି ଷ୍ଟଲରେ ୫୦ ଜଣ ବୁଣାକାର ସେମାନଙ୍କ କଳା ପ୍ରଦର୍ଶନ କରିବେ। ଦିନ ୩ଟାରୁ […]

Samaya Live Picture
Published On

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେବାକୁ ଯାଉଛି ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା । ଭୁବନେଶ୍ବର ଜନତା ମଇଦାନରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୧୯ ରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ । ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାର ଶୁଭ ଉଦଘାଟନ କରିବେ । ଏହି ମେଳାରେ ୬୫୦ ରୁ ଅଧିକ ଷ୍ଟଲ ଲାଗିବ। ବିଭିନ୍ନ ରାଜ୍ୟରୁ ୧୫୦ଟି ଷ୍ଟଲରେ ୫୦ ଜଣ ବୁଣାକାର ସେମାନଙ୍କ କଳା ପ୍ରଦର୍ଶନ କରିବେ। ଦିନ ୩ଟାରୁ ରାତି ୧୦ଟା ଯାଏଁ ମେଳା ଚାଲିବ। ତୋଷାଳି ମେଳାରେ ୩୦ ଲକ୍ଷ ଜନସମାଗମ ସହ ୨୮ କୋଟିର ବେପାର ହେବା ନେଇ ଲକ୍ଷ୍ୟ ରଖାଯାଇଛି। ଏହା ସହିତ ୨୫୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ପ୍ରସ୍ତୁତ ହୋଇଛି ଥିମ ପାଭିଲିଅନ୍ “ଶିଳ୍ପ ସୃଜନୀ”।

ଓଡ଼ିଶା ପାରମ୍ପରିକ ଖାଦ୍ୟ ପାଇଁ ୩୫ ଗୋଟି ଷ୍ଟଲ ରହିବ । ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ବତନ୍ତ୍ର ହେଲ୍ସ ଡେସ୍କ, ହ୍ବିଲ ଚେୟାର ରହିବ । ଏତଦବ୍ୟତୀତ ବିଭିନ୍ନ ଶିକ୍ଷାନୁଷ୍ଠାନ, ଭାରତ ତଥା ଓଡିଶା ସରକାରଙ୍କ ଅଧିନସ୍ଥ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ଭିତ୍ତିକ ସଂସ୍ଥାମାନେ ବିଭିନ୍ନ ଷ୍ଟଲରେ ଦର୍ଶକମାନଙ୍କୁ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଷୟରେ ଅବଗତ କରିବେ ।ପ୍ରତ୍ୟେକ ଦିନ ସନ୍ଧ୍ୟାରେ ମନମୋହିବ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ ।

Tags: