ପିଏମ ଗସ୍ତ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା

ଭୁବନେଶ୍ୱର : ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜନତା ମଇଦାନରେ ସୁଭଦ୍ରା ଯୋଜନାରେ ହିତାଧିକାରୀରୁ ପ୍ରଥମ କିସ୍ତି ବଣ୍ଟନ କରିବେ। ପ୍ରଧାନମନ୍ତ୍ରୀଙ୍କ ଭୁବନେଶ୍ୱର ଗସ୍ତ ପାଇଁ ଜାରି ହୋଇଛି ଟ୍ରାଫିକ କଟକଣା ଜାରି କରିଛି । ଲୋକଙ୍କ ଯିବା ଆସିବା ଓ ଗାଡି ପାର୍କିଂ ପାଇଁ କଟକଣା ଜାରି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ଲାଗୁ ହେବ। କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହୋଇଥିବା […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜନତା ମଇଦାନରେ ସୁଭଦ୍ରା ଯୋଜନାରେ ହିତାଧିକାରୀରୁ ପ୍ରଥମ କିସ୍ତି ବଣ୍ଟନ କରିବେ। ପ୍ରଧାନମନ୍ତ୍ରୀଙ୍କ ଭୁବନେଶ୍ୱର ଗସ୍ତ ପାଇଁ ଜାରି ହୋଇଛି ଟ୍ରାଫିକ କଟକଣା ଜାରି କରିଛି । ଲୋକଙ୍କ ଯିବା ଆସିବା ଓ ଗାଡି ପାର୍କିଂ ପାଇଁ କଟକଣା ଜାରି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ଲାଗୁ ହେବ।

କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହୋଇଥିବା ଟ୍ରାଫିକ ନିର୍ଦ୍ଦେଶନାମା ଅନୁସାରେ ଆସନ୍ତାକାଲି,ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ ବଳବତ୍ତର ରହିବ କଟକଣା । ଜୟଦେବ ବିହାର ଛକ ଠାରୁ ନାଲକୋ ଛକ ଓ ନାଲକୋ ଛକରୁ ଜୟଦେବ ବିହାର ମଧ୍ୟରେ ଓ ଏହାକୁ ଯୋଗାଯୋଗ କରୁଥିବା ଗଳି ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ ।

ନନ୍ଦନକାନନ ପଟୁ ଜୟଦେବ ବିହାର ଆଡକୁ ଯିବାକୁ ଚାହୁଁଥିବା ଯାନବାହନଗୁଡିକ ଡମଣା ଛକରୁ ବାମ ମୋଡ ନେଇ ଗୁରୁ କେଳୁଚରଣ ପାର୍କ- ସୈନିକ ସ୍କୁଲ ରାସ୍ତା ଦେଇ ଆଚାର୍ଯ୍ୟ ବିହାର ଯାଇପାରିବେ କିମ୍ବା ଶିଖରଚଣ୍ଡୀ-ପଥରଗାଡିଆ-ଡିଏନ ସ୍କୁଲ- କଳିଙ୍ଗ ଷ୍ଟୁଡିଓ ଛକ-ଫାୟାର ଷ୍ଟେସନ ଛକ ଦେଇ ଯାଇପାରିବେ ।

ଜରୁରୀକାଳୀନ ସେବା ଦମକଳ, ଆମ୍ବୁଲାନ୍ସ ପାଇଁ ଏହି କଟକଣା ଲାଗୁ ହେବନାହିଁ।

ଫାୟାର ଷ୍ଟେସନ ଛକରୁ କଳିଙ୍ଗ ଷ୍ଟୁଡ଼ିଓ ଛକ ରାସ୍ତା ପଟେ ଡିଏନ୍‌‌ ସ୍କୁଲରୁ ପଥରଗାଡିଆ ଦେଇ ଶିଖରଚଣ୍ଡିରେ ବାହାରିପାରିବେ। କଟକ ପଟୁ ଆସୁଥିବା ଏନଏଚ-୩୧୬ ଦେଇ ଭୁବନେଶ୍ୱର ଆଡକୁ ଆସିପାରିବେ କିମ୍ବା ନନ୍ଦନକାନନ ରାସ୍ତା ଦେଇ ଆସିପାରିବେ।

ବେହେରା ସାହି ଆଡୁ ଜୟଦେବ ବିହାର ଆଡକୁ ଆସୁଥିବା ଯାନବାହନ ଗୁଡିକ ଜୟଦେବ ବିହାର ଆଡକୁ ନଯାଇ ବେହେରା ସାହିଠାରୁ ଆଚାର୍ଯ୍ୟ ବିହାର କିମ୍ବା ସିଆରପି ଛକ ହୋଇ ଯାଇପାରିବେ।

ଏହି ସମୟରେ କଟକ ପଟୁ ଆସୁଥିବା ଯାନବାହାନ ଗୁଡିକ ଆଚାର୍ଯ୍ୟ ବିହାର ଓଭର ବ୍ରିଜ ଶେଷ ଠାରେ ଥିବା କଟ ଦେଇ ସର୍ଭିସ ରୋଡ ଦେଇ ଜୟଦେବ ବିହାର ଆଡକୁ ଯାଇପାରିବେ ନାହିଁ।

ସୂଚନାନୁସାରେ, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ ହୋଇଛି କଡ଼ା ସୁରକ୍ଷା ବ୍ୟବସ୍ଥା । ସୁରକ୍ଷାରେ ମୁତୟନ ହେବେ ୮୧ ପ୍ଲାଟୁନ୍ ଫୋର୍ସ । ୧୧ଜଣ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି ଓ ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଦାୟିତ୍ୱରେ ରହିବେ ।

ବିମାନବନ୍ଦରରୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ରହିବ । ବ୍ୟାପକ ମହିଳା ପୋଲିସ କର୍ମଚାରୀଙ୍କ ସହ ସାଦା ପୋଷାକରେ ରହିବେ ପୋଲିସ୍ । ସେହିପରି ମୋଦିଙ୍କ ଗସ୍ତବେଳେ ଓଡ୍ରାଫ ଏବଂ ୬ କମ୍ପାନୀ ସିଆରପିଏଫ୍ ମଧ୍ୟ ମୁତୟନ ରହିବେ ।କେବଳ ଏତିକି ନୁହେଁ, ଉଚ୍ଚ ଅଟ୍ଟାଳିକାଗୁଡ଼ିକରେ ବି ପୋଲିସ ମୁତୟନ ରହିବେ ।

Tags: