ବଙ୍ଗୋପସାଗରରେ ପଛକୁ ପଛ ୨ ଟି ଲଘୁଚାପ,୨୭ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଶୁକ୍ରବାର ସନ୍ଧ୍ୟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପଟି ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି। ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବିଶେଷକରି ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ […]
ଭୁବନେଶ୍ବର: ଶୁକ୍ରବାର ସନ୍ଧ୍ୟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପଟି ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି। ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବିଶେଷକରି ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
୨୫ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୭ ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।




