ବଙ୍ଗୋପ ସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ ଟି ଲଘୁଚାପ କ୍ଷେତ୍ର । ଦେଶର ପଶ୍ଚିମ ଓ ପୂର୍ବ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦେଶର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନମାନ କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏହା […]

ବଙ୍ଗୋପ ସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି
Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ ଟି ଲଘୁଚାପ କ୍ଷେତ୍ର । ଦେଶର ପଶ୍ଚିମ ଓ ପୂର୍ବ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦେଶର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନମାନ କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି ଏହା ସହ ଉପକୂଳ ବାସୀ ସହ ତଳିଆ ଅଂଚଳର ଲୋକଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବି ମାନଙ୍କୁ ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଅନ୍ୟପଟେ ଆଜି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସମୟରେ ଝଟକା ପବନର ବେଗ ୩୦ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ଆଶଙ୍କା ରହିଛି । ୧୮, ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୁଳ ରହିଛି ।

Tags: