ୟୁନିଫାଏଡ୍ ହ୍ବାଟ୍ସଆପ୍‌ ଚାଟ୍‌ ବଟ୍‌ର ଶୁଭାରମ୍ଭ ,ମିଳିବ ୪୨୯ ଟି ସରକାରୀ ସେବା

ଭୁବନେଶ୍ଵର: ଓଡ଼ିଶା ସରକାର ଓ ମେଟା ଇଣ୍ଡିଆ ମିଳିତ ଭାବେ ଏକ ୟୁନିଫାଏଡ୍ ହ୍ବାଟ୍ସଆପ୍‌ ଚାଟ୍‌ ବଟ୍‌ର ଶୁଭାରମ୍ଭ କରିଛନ୍ତି । ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମୟ କ୍ରମେ ସମସ୍ତ ସରକାରୀ ସେବା ପ୍ରଦାନ କରିବ । ଗୋଟିଏ ଆପ୍ ନମ୍ବର ଜରିଆରେ ଜନ୍ମ ଓ ଆୟ ପ୍ରମାଣପତ୍ର ପାଇବା, ଡ୍ରାଇଭିଂ ଓ ସାର ଲାଇସେନ୍ସ ପାଇଁ ଆବେଦନ କରିବା ଏବଂ ଜାତୀୟ ପରିବାର ମଙ୍ଗଳ ଯୋଜନା ଭଳି ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସରକାରୀ […]

Samaya Live Picture
Published On

ଭୁବନେଶ୍ଵର: ଓଡ଼ିଶା ସରକାର ଓ ମେଟା ଇଣ୍ଡିଆ ମିଳିତ ଭାବେ ଏକ ୟୁନିଫାଏଡ୍ ହ୍ବାଟ୍ସଆପ୍‌ ଚାଟ୍‌ ବଟ୍‌ର ଶୁଭାରମ୍ଭ କରିଛନ୍ତି । ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମୟ କ୍ରମେ ସମସ୍ତ ସରକାରୀ ସେବା ପ୍ରଦାନ କରିବ । ଗୋଟିଏ ଆପ୍ ନମ୍ବର ଜରିଆରେ ଜନ୍ମ ଓ ଆୟ ପ୍ରମାଣପତ୍ର ପାଇବା, ଡ୍ରାଇଭିଂ ଓ ସାର ଲାଇସେନ୍ସ ପାଇଁ ଆବେଦନ କରିବା ଏବଂ ଜାତୀୟ ପରିବାର ମଙ୍ଗଳ ଯୋଜନା ଭଳି ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସରକାରୀ ସେବା ପାଇପାରିବେ ।

ୟୁନିଫାଏଡ୍ ହାଟ୍ସଆପ୍ ଚାଟ୍ ବଟ୍ ୪୨୯ଟି ସରକାରୀ ସେବାକୁ ଗୋଟିଏ ହ୍ଵାଟ୍ସଆପ୍ ନମ୍ୱରରେ ସମନ୍ଵିତ କରିବ । ଏହି ହ୍ୱାଟ୍ସଆପ୍ ନମ୍ବର ଜରିଆରେ ଲୋକମାନେ ଜନ୍ମ ଓ ଆୟ ପ୍ରମାଣପତ୍ର ପାଇବା, ଡ୍ରାଇଭିଂ ଓ ସାର ଲାଇସେନ୍ସ ପାଇଁ ଆବେଦନ କରିବା ଏବଂ ଜାତୀୟ ପରିବାର ମଙ୍ଗଳ ଯୋଜନା ଭଳି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସରକାରୀ ସେବା ପାଇପାରିବେ। ପ୍ରଶାସନିକ ବ୍ୟବସ୍ଥାରେ ହ୍ବାଟ୍ସଆପ୍‌ ବ୍ୟବହାରରେ ଓଡ଼ିଶା ଦେଶରେ ତୃତୀୟ ରାଜ୍ୟ ହୋଇଛି ।

ଲୋକସେବା ଭବନରେ ଅନୁଷ୍ଠିତ ଏହି ବୁଝାମଣାପତ୍ର ସ୍ବାକ୍ଷର କାର୍ଯ୍ୟକ୍ରମରେ ମୁଖ୍ୟ ସଚିବ ମନୋଜ ଆହୁଜା ଓ ଅନ୍ୟାନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ବିଭିନ୍ନ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ଓଡ଼ିଶା ସରକାରଙ୍କ ତରଫରୁ ସେଣ୍ଟର ଫର ମଡର୍ଣ୍ଣାଇଜିଂ ଗଭର୍ଣ୍ଣମେଣ୍ଟ ଇନିସିଏଟିଭ୍ (ସିଏମ୍‌ଜିଆଇ) ମେଟା ଇଣ୍ଡିଆ ସହ ବୁଝାମଣାପତ୍ରରେ ସ୍ୱାକ୍ଷର କରିଛନ୍ତି।

Tags: