ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ୱର: ଆଜିଠୁ ଦୁଇଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ l ଓଡ଼ିଶା ଆସି ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି l ତଥ୍ୟାନୁସାରେ, ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ l ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି କାର୍ଯ୍ୟାଳୟରେ ସେ ଏକ ବୈଠକ କରିବେ । ଏହାସହିତ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ମଧ୍ୟ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ତେବେ […]

Samaya Live Picture
Published On

ଭୁବନେଶ୍ୱର: ଆଜିଠୁ ଦୁଇଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ l ଓଡ଼ିଶା ଆସି ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି l
ତଥ୍ୟାନୁସାରେ, ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ l ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି କାର୍ଯ୍ୟାଳୟରେ ସେ ଏକ ବୈଠକ କରିବେ । ଏହାସହିତ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ମଧ୍ୟ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ଆସନ୍ତାକାଲି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ପୁରୀରେ ଆୟୋଜନ ହେଉଥିବା ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହେବେ ଅର୍ଥମନ୍ତ୍ରୀ l ଜାତୀୟ ଚାର୍ଟାର୍ଡ ଆକାଉଣ୍ଟ ସମ୍ମିଳନୀକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଗୁରୁବାର ରାତିରେ ସେ ନୂଆଦିଲ୍ଲୀ ଫେରିଯିବେ l

Tags: