ଆସନ୍ତା କାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର : ଆସନ୍ତା କାଲି ଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା | ଦଳୀୟ କାର୍ଯ୍ୟକ୍ରମ ସହିତ ସେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ I ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ଅମିତ ଶାହା ଭୁବନେଶ୍ୱରରେ ପହଞ୍ଚି ହୋଟେଲ ମେ ଫେୟାରରେ ରାତ୍ରିଯାପନ କରିବେ I ଶନିବାର ଦିନ ୧୧ଟାରୁ ୧୨ଟା ଯାଏଁ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ | ଦିନ ୧୨ଟାରୁ ସାଢ଼େ […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତା କାଲି ଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା | ଦଳୀୟ କାର୍ଯ୍ୟକ୍ରମ ସହିତ ସେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ I ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ଅମିତ ଶାହା ଭୁବନେଶ୍ୱରରେ ପହଞ୍ଚି ହୋଟେଲ ମେ ଫେୟାରରେ ରାତ୍ରିଯାପନ କରିବେ I ଶନିବାର ଦିନ ୧୧ଟାରୁ ୧୨ଟା ଯାଏଁ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ | ଦିନ ୧୨ଟାରୁ ସାଢ଼େ ୧୨ଟା ୩୦ ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ |

ଏହା ପରେ ୦୧: ୨୦ ମିନିଟରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ନ ୨ଟା ରୁ ୫ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧଦ୍ୱାର ବୈଠକ କରିବେ | ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନବନ୍ଦର ଲାଉଞ୍ଜରେ ଏକ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି |

Tags: