ଭୁବନେଶ୍ୱରରେ ପହଁଚିଲେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା
ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା । କଟକ ବାଲିଯାତ୍ରା ପଡିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ଆୟୁଷ୍ମାନ ଭାରତ’ ଯୋଜନାର କରିବେ ଶୁଭାରମ୍ଭ । ସ୍ୱାସ୍ଥ୍ୟମନ୍ତ୍ରୀ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବାପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସହିତ ଉଭୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ […]
ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା । କଟକ ବାଲିଯାତ୍ରା ପଡିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ଆୟୁଷ୍ମାନ ଭାରତ’ ଯୋଜନାର କରିବେ ଶୁଭାରମ୍ଭ । ସ୍ୱାସ୍ଥ୍ୟମନ୍ତ୍ରୀ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବାପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସହିତ ଉଭୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ଵାଗତ କରିଛନ୍ତି।
ରାଜ୍ୟରେ ବର୍ତ୍ତମାନର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ସମନ୍ୱୟ ରଖି ଏବିପିଏମ୍-ଜେଏୱାଇ କାର୍ଯ୍ୟକାରୀ କରାଯିବ । ଜାନୁଆରୀ ୧୩ରେ ଦିଲ୍ଲୀରେ ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ଏବଂ ଓଡ଼ିଶା ରାଜ୍ୟ ସ୍ୱାସ୍ଥ୍ୟ ଏଜେନ୍ସି ମଧ୍ୟରେ ଏମଓୟୁ ସ୍ବାକ୍ଷର ହୋଇଥିଲା । ଏହି ଯୋଜନାରେ ହିତାଧିକାରୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ମହିଳାଙ୍କ ପାଇଁ ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ବ୍ୟବସ୍ଥା ରହିଛି । ଏଥିରେ ରାଜ୍ୟର ଏକ କୋଟିରୁ ଅଧିକ ପରିବାରର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜିକୃତ ଘରୋଇ ହସପିଟାଲରେ ଚିକିତ୍ସା ସୁବିଧା ଉପଲବ୍ଧ ହେବ ।




