ଓଡ଼ିଶାରେ ପିଏମ ଶ୍ରୀ ସ୍କୁଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି
ଭୁବନେଶ୍ୱର : ଓଡ଼ିଶାରେ ପିଏମଶ୍ରୀ ସ୍କୁଲ ପାଇଁ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ଥର ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ (ଡିଓଏସଇଏଲ) ସହ ବୁଝାମଣା ପତ୍ର ସ୍ୱାକ୍ଷରିତ (ଏମୟଓୁ) ଅନୁରୋଧ କରିଛନ୍ତି । ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ, ଅକ୍ଟୋବର ୯ ଓ ୧୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ । କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]
ଭୁବନେଶ୍ୱର : ଓଡ଼ିଶାରେ ପିଏମଶ୍ରୀ ସ୍କୁଲ ପାଇଁ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ଥର ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ (ଡିଓଏସଇଏଲ) ସହ ବୁଝାମଣା ପତ୍ର ସ୍ୱାକ୍ଷରିତ (ଏମୟଓୁ) ଅନୁରୋଧ କରିଛନ୍ତି । ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ, ଅକ୍ଟୋବର ୯ ଓ ୧୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ ।
କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ସମଗ୍ର ଦେଶରେ ୧୪ ହଜାର ୫୦୦ ରୁ ଅଧିକ ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ (ପିଏମ ଶ୍ରୀ ସ୍କୁଲ) ପ୍ରତିଷ୍ଠାର ଲକ୍ଷ୍ୟ ନେଇ ୨୦୨୨ ସେପ୍ଟେମ୍ବର ୭ରେ ପିଏମ ଶ୍ରୀ ଯୋଜନାର ଶୁଭାରମ୍ଭ ହୋଇଥିଲା । ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ । ଏହା, ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବରେ କାର୍ଯ୍ୟ କରିବ । ପିଏମଶ୍ରୀ ସ୍କୁଲ ଗୁଡିକର ଉତ୍ସାହଭରା ପରିବେଶରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହିତ ନବସୃଜନ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସ ରୁମ ଏବଂ କ୍ରୀଡ଼ା ସହ ଅନ୍ୟାନ୍ୟ ଦିଗକୁ ଗୁରୁତ୍ୱ ଦିଆଯାଇଛି । ଜାତୀୟ ଶିକ୍ଷା ନୀତିର ପ୍ରୟୋଗଶାଳା ଭାବରେ ଏହି ସ୍କୁଲ ନିଜର ଅଦ୍ୱିତୀୟ ଅଭିଜ୍ଞତା, ସାମଗ୍ରିକ,ଆଲୋଚନାତ୍ମକ ପଦ୍ଧତି ଏବଂ ଶିକ୍ଷଣ କେନ୍ଦ୍ରୀତ ପଦ୍ଧତି ମାଧ୍ୟମରେ ଏକବିଂଶ ଶତାବ୍ଦୀର କୌଶଳ,ମାନବବାଦୀ ଦୃଷ୍ଟିକୋଣ,ବ୍ୟକ୍ତିତ୍ୱ ଗଠନ କରିବାରେ ସହାୟକ ହେବ। ସହ ସର୍ବବ୍ୟାପୀ ଶିକ୍ଷା ପ୍ରଦାନ କରିବ ।
ଏହି ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି,ବର୍ତମାନ ସୁଦ୍ଧା ପ୍ରାୟ ଅଧିକାଂଶ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇସାରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ସ୍କୁଲ ଚୟନ ଶେଷ ହୋଇଛି । କିନ୍ତୁ ଓଡ଼ିଶା ଏପର୍ଯ୍ୟନ୍ତ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ କରିନାହିଁ । ତେଣୁ ଓଡ଼ିଶାରେ ପିଏମ ଶ୍ରୀ ଯୋଜନାର ବୁଝାମଣା ପତ୍ର ସ୍ୱାକ୍ଷରିତ କରିବା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।




