ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି

ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି
Samaya Live News Picture
Published On

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ଓଡିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ସି.ପି.ରାଧାକ୍ରିଷ୍ଣନ ।  କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ ଉପରାଷ୍ଟ୍ରପତି । ଏଥିପାଇଁ   ସରକାରୀ ସ୍ତରରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ସେନେଇ ଲୋକସେବା ଭବନରେ ବସିଥିଲା ପ୍ରସ୍ତୁତି ବୈଠକ । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି । 

ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ୟକ୍ତିଗତ ସଚିବ ଚନ୍ଦ୍ରଶେଖର ଏସ୍‌. ସୋମବାର ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି । ଆସନ୍ତା ୨୩ ତାରିଖରେ ସକାଳ ୮ଟା ୫୦ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ଉପରାଷ୍ଟ୍ରପତି। ପରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ବା ପରାକ୍ରମ ଦିବସ ଉପଲକ୍ଷେ କଟକକୁ ଯାଇ ନେତାଜୀ ମ୍ୟୁଜିୟମ ପରିଦର୍ଶନ କରିବେ। 

ଏହି ଅବସରରେ ଜିଲ୍ଲା ସଂସ୍କୃତି ଭବନ ମଧ୍ୟ ଉଦଘାଟନ କରିବେ ଉପରାଷ୍ଟ୍ରପତି। ସେଠାରୁ ରାଜ୍ୟପାଳଙ୍କ ଲୋକ ଭବନ ଆସି ମଧ୍ୟାହ୍ନ ଭୋଜନ କରିବେ । ପରେ ୨ଟା ୧୫ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରୁ କୋଲକାତା ଅଭିମୁଖେ ଯିବେ ବୋଲି ସୂଚନା ମିଳିଛି।

Tags: