ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

 ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
Samaya Live News Picture
Published On

ଜୟପୁର : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟାବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଲୋଟପାଡ଼ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ। ୭ଜଣ ଡିଏସ୍ ପି, ୯ ଜଣ ଇନ୍ସପେକ୍ଟର, ୧୧ ଜଣ ଏଏସଆଇ ସମେତ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ ହୋଇଛନ୍ତି ।

ସତ୍ୟନାରାୟଣ ସେଠୀଙ୍କ କେନ୍ଦ୍ରାପଡା ଚାନ୍ଦୋଳରେ ଥିବା ପୈତୃକ ଘର ସମେତ ଏକକାଳୀନ ଜୟପୁର  କୋରାପୁଟ, ଖୋର୍ଦ୍ଧା ଏବଂ କେନ୍ଦ୍ରାପଡାର ୭ଟି ସ୍ଥାନରେ ଚଢାଉ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ୫ ଲକ୍ଷରୁ ଉର୍ଦ୍ଧ୍ବ ତାଙ୍କ ଜବତ ହୋଇଥିବାବେଳେ ସମ୍ପୂର୍ଣ୍ଣ ତଥ୍ୟ ହସ୍ତଗତ ହୋଇପାରି ନାହିଁ । 

 

Tags: