ନଦୀରେ ବଢୁଛି ଜଳ ସ୍ତର,ବିପଦ ସଙ୍କେତ ସ୍ଥିତି ନାହିଁ – ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକରେ ବଢୁଛି ଜଳସ୍ତର । ମାତ୍ର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛନ୍ତି ସମସ୍ତ ନଦୀ । ଫଳରେ ବର୍ତ୍ତମାନ ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିନାହିଁ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ତଳି ଅଞ୍ଚଳରେ ବର୍ଷା ପାଣି ରହିଛି […]

ନଦୀରେ ବଢୁଛି ଜଳ ସ୍ତର,ବିପଦ ସଙ୍କେତ ସ୍ଥିତି ନାହିଁ – ରାଜସ୍ବ ମନ୍ତ୍ରୀ
Samaya Live Picture
Published On

ଭୁବନେଶ୍ୱର : ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକରେ ବଢୁଛି ଜଳସ୍ତର । ମାତ୍ର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛନ୍ତି ସମସ୍ତ ନଦୀ । ଫଳରେ ବର୍ତ୍ତମାନ ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିନାହିଁ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ତଳି ଅଞ୍ଚଳରେ ବର୍ଷା ପାଣି ରହିଛି । କେଉଁଠି ବି ବନ୍ୟା ପାଣି ପଶି ନାହିଁ । ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରିଲିଫ ଏବଂ ବନ୍ୟା ଆଶ୍ରୟ ସ୍ଥଳୀ ପ୍ରସ୍ତୁତ ରହିଛି । ଓଡ୍ରାଫ ଏବଂ ଏନଡିଆରଏଫ ଟିମ୍ ମୁତୟନ ଅଛନ୍ତି । ଯଦି ବନ୍ୟା ସ୍ଥିତି ଉପୁଜେ ସରକାର ପ୍ରସ୍ତୁତ ଅଛନ୍ତି ।

ସେପଟେ ଅତ୍ୟଧିକ ବର୍ଷା ଯୋଗୁଁ ଭଦ୍ରକ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ କ୍ଷୟକ୍ଷତି ହୋଇଛି । ତଳି ଅଞ୍ଚଳରେ ବନ୍ୟା ପାଣି ପଶିଲେ ଲୋକମାନେ ତୁରନ୍ତ ବନ୍ୟା ଆଶ୍ରୟ ସ୍ଥଳୀକୁ ଚାଲି ଆସନ୍ତୁ । ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ର କ୍ଷୟକ୍ଷତି ରିପୋର୍ଟ ମଗାଯାଇଛି । ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଆସିଲେ, ଜିଲ୍ଲାପାଳମାନଙ୍କୁ କ୍ଷତିପୂରଣ ରାଶି ପଠାଇ ଦିଆଯିବ ।

ଅନ୍ୟପଟେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି ଯେ ହୀରାକୁଦରେ ୨୦ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ୩ ଲକ୍ଷ ୩୪ ହଜାର ୭୩୫ କ୍ୟୁସେକ ଜଳ ନିଷ୍କାସନ ହେଉଛି ।

ଆସନ୍ତାକାଲି ମୁଣ୍ଡୁଳିରେ ସାଢେ ୪ ଲକ୍ଷ କ୍ୟୁସେକ ଜଳ ପଂହଁଚିବ । ବିପଦ ସଂକୁଳ ତଳେ ରହିବ । ଉପରେ ଅଧିକ ବର୍ଷା ହେଲେ ଗେଟ ଖୋଲିବା ନିଷ୍ପତ୍ତି ନିଆଯିବ । ଜଳ ଭଣ୍ଡାର ସ୍ତର ହ୍ରାସ ପାଉଛି । ତଳ ମୁଣ୍ଡରେ ବନ୍ୟା ସ୍ଥିତି ନାହିଁ । ରେଙ୍ଗାଲି ଡ୍ୟାମରେ ଦୁଇଟି ଗେଟ ଖୋଲାହୋଇଛି । ତଳିଆ ଅଞ୍ଚଳରେ କୌଣସି ବନ୍ୟା ପରିସ୍ଥିତି ନାହିଁ |

Tags: