ଦୁର୍ବଳ ହେଉଛି ଅବପାତ,୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରେ ସୃଷ୍ଟ ଗଭୀର ଅବପାତ ବର୍ତ୍ତମାନ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଅଂଚଳ ଉପରେ ରହିଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଆଜି ଦୁର୍ବଳ ହୋଇ ଅବପାତରେ ପରିଣତ ହେବ। ପରେ ଝାରଖଣ୍ଡ ଓ ଦକ୍ଷିଣ ଛତିଶଗଡ ଆଡକୁ ଗତି କରିବ ଅବପାତ I ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ସହ କାଁଭାଁ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ ସତର୍କତା […]

Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରେ ସୃଷ୍ଟ ଗଭୀର ଅବପାତ ବର୍ତ୍ତମାନ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଅଂଚଳ ଉପରେ ରହିଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଆଜି ଦୁର୍ବଳ ହୋଇ ଅବପାତରେ ପରିଣତ ହେବ। ପରେ ଝାରଖଣ୍ଡ ଓ ଦକ୍ଷିଣ ଛତିଶଗଡ ଆଡକୁ ଗତି କରିବ ଅବପାତ I ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ସହ କାଁଭାଁ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୯ ତାରିଖରୁ ପୁଣିଥରେ ବର୍ଷା ବଢିବା ସମ୍ଭାବନା ରହିଛି । ଏବେ ସାରା ରାଜ୍ୟରେ ୯୭୬.୨ ମିମି ବର୍ଷା ହୋଇଥିବା ବେଳେ ବର୍ତ୍ତମାନ ୮ ପ୍ରତିଶତ ନିଅଁଟିଆ ବର୍ଷା ରେକର୍ଡ କରାଯାଇଛି ।

ଅନ୍ୟପଟେ,ବଙ୍ଗୋପସାଗରେ ସୃଷ୍ଟ ଗଭୀର ଅବପାତ ଫଳରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ସକାଳ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ସର୍ବାଧିକ ୧୪୧.୭ ମିମି ବର୍ଷା ରେକର୍ଡ କରାଯାଇଥିଲା। ଏହାବ୍ୟତୀତ ଜିବି ନଗରରେ ୧୨୨, ନୁୱାନାରେ ୧୨୦.୪, ବାଲିମୁଣ୍ଡଳିରେ ୧୧୬.୨, ରାରୁଆନାରେ ୧୧୪, ବେତନଟିରେ ୧୧୩, କରଞ୍ଜିଆରେ ୧୦୫.୨, ବାହଲଦାରେ ୧୦୫, କପ୍ତିପଦାରେ ୧୦୪, ବାଲେଶ୍ବରରେ ୧୦୩, ଯଶିପୁରରେ ୧୦୦ ମିମି ବର୍ଷା ହୋଇଛି।

ମଙ୍ଗଳବାର ପୂର୍ବାହ୍ନ ମଧ୍ୟରେ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Tags: