ବଦଳିଲା ପାଣିପାଗ,୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର : ବଦଳିଲା ପାଣିପାଗ । ଶ୍ରାବଣରେ ପ୍ରବଳ ଗରମ ଓ ଗୁଳୁଗୁଳି ପରେ ଆଜି ସକାଳରୁ ଆରମ୍ଭ ହୋଇଛି ଝିପିଝିପି ବର୍ଷା । ଆଗକୁ ୭ ଦିନ ଅର୍ଥାତ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ । ଏହାସହିତ କେତେକ ଜିଲ୍ଲାରେ ବର୍ଷା ସହ ଘଡଘଡି ଏବଂ ପବନ ବୋହିବାର ସମ୍ଭାବନା ରହିଛି । ପାଣିପାଗ ସ୍ଥିତି ପୂର୍ବାନୁମାନ କରି ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି […]

ବଦଳିଲା ପାଣିପାଗ,୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା
Samaya Live Picture
Published On

ଭୁବନେଶ୍ୱର : ବଦଳିଲା ପାଣିପାଗ । ଶ୍ରାବଣରେ ପ୍ରବଳ ଗରମ ଓ ଗୁଳୁଗୁଳି ପରେ ଆଜି ସକାଳରୁ ଆରମ୍ଭ ହୋଇଛି ଝିପିଝିପି ବର୍ଷା । ଆଗକୁ ୭ ଦିନ ଅର୍ଥାତ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ । ଏହାସହିତ କେତେକ ଜିଲ୍ଲାରେ ବର୍ଷା ସହ ଘଡଘଡି ଏବଂ ପବନ ବୋହିବାର ସମ୍ଭାବନା ରହିଛି । ପାଣିପାଗ ସ୍ଥିତି ପୂର୍ବାନୁମାନ କରି ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ମଧ୍ୟରେ ,କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦-୪୦କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି ।

ସେହିପରି ୯ ଏବଂ ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ବହିବା ନେଇ ସମ୍ଭାବନା ରହିଛି ।

ଅନ୍ୟପଟେ, ୧୧ ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବାକୁ ଥିବାବେଳେ ୧୭ ତାରିଖ ଯାଏଁ ପାଗ ଏହିପରି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Tags: