ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ଭୁବନେଶ୍ୱର:ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର।ଗୋପାଳପୁର ଠାରୁ ୬୪୦ କିମି ଦୂରରେ ଅବପାତ ରହିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଆନ୍ଧ୍ର ସମୁଦ୍ର ମଧ୍ୟରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ମଧ୍ୟ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଅନେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା […]

Samaya Live Picture
Published On

ଭୁବନେଶ୍ୱର:ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର।ଗୋପାଳପୁର ଠାରୁ ୬୪୦ କିମି ଦୂରରେ ଅବପାତ ରହିଛି।
ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଆନ୍ଧ୍ର ସମୁଦ୍ର ମଧ୍ୟରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ମଧ୍ୟ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଅନେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି।

ଅନ୍ୟପଟେ ଆସନ୍ତାକାଲି ବା ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନ ସହିତ ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

Tags: