ମୋକିମ କିଏ,ଗଣାମଧ୍ୟରେ ପ୍ରତିକ୍ରିୟା ରଖିଲେ ଭକ୍ତ ଦାସ
ଭୁବନେଶ୍ଵର : ମହମ୍ମଦ ମୋକିମ୍ ଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯିବା ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ରଖିଛନ୍ତି । ସାମ୍ବାଦିକଙ୍କ ପ୍ରଶ୍ନରେ ସେ କିଏ କହି ପଚାରିଛନ୍ତି ଭକ୍ତ ଦାସ । ସେ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି। ଦଳୀୟ ନେତୃତ୍ୱ ସେମାନଙ୍କ କଥା ନିଶ୍ଚିତ ଶୁଣିବେ। ସୋନିଆଙ୍କୁ ଚିଠି ଲେଖିବାରେ କୌଣସି ସମସ୍ୟା ନାହିଁ। କିନ୍ତୁ ପ୍ରେସ୍ମିଟ୍ କରି ମିଡିଆରେ କାହିଁକି ପ୍ରଘଟ କଲେ , କାରଣ ଆପଣ ଦଳରେ ରହିବାକୁ ଚାହୁଁନାହାନ୍ତି । ଆପଣ ଯଦି ଦଳ ଛାଡ଼ିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏଥିରେ କିଏ କ’ଣ କରିପାରିବ ।
ରାହୁଲ ଗାନ୍ଧୀଙ୍କ ବିଷୟରେ ସେ କ’ଣ ଜାଣନ୍ତି ବୋଲି ଭକ୍ତ ପ୍ରଶ୍ନ କରିଛନ୍ତି। ରାହୁଲ ଦେଶ ସାରା ଭାରତ ଜୋଡ ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ। ଏହା କ’ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ କରିବେ। ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କରିଛନ୍ତି ଭକ୍ତ। ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ।
ସେପଟେ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ସମର୍ଥନରେ ବାହାରିଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଦଳର ବହୁ ବରିଷ୍ଠ ନେତା । କଂଗ୍ରେସରେ ମୋକିମଙ୍କ ଭଳି ଅନେକ ନେତାଙ୍କର ଆବଶ୍ୟକତା ଅଛି ବୋଲି କହିଛନ୍ତି ନିରଞ୍ଜନ । ନେତାଙ୍କ ମନରୁ ଅସନ୍ତୋଷ ଦୂର କରିବା ଦଳର କର୍ତ୍ତବ୍ୟ । କଂଗ୍ରେସ ଏବେ ରାଜ୍ୟରେ ଦୁର୍ବଳ ଅଛି । ଶକ୍ତିଶାଳୀ କରିବାକୁ ଉଦ୍ୟମ କରନ୍ତୁ ନେତା ଇ ସେହିପରି ବରିଷ୍ଠ ନେତା ନରସିଂହ ମିଶ୍ର ଏବଂ ସୁର ରାଉତରାୟ ମଧ୍ୟ ମୋକିମଙ୍କ ସମର୍ଥନରେ ବାହାରିଛନ୍ତି I




