ଦେଶ ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ କିଏ ? ଆମ ମୁଖ୍ୟମନ୍ତ୍ରୀ କେତେ ନମ୍ବର
ଭୁବନେଶ୍ୱର : ଦେଶର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକା ପ୍ରକାଶ ପାଇଛି । ନିକଟରେ ଏଡିଆର୍ ରିପୋର୍ଟରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସଂପତ୍ତି ଆକଳନ କରାଯାଇଛି । ଏଡିଆର ରିପୋର୍ଟ ଆଧାରରେ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାର ପ୍ରଥମ ସ୍ଥାନରେ ରହିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ । ଜଗନମୋହନଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୫୧୦ କୋଟିରୁ ଅଧିକ ଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରହିଛନ୍ତି ତୃତୀୟ ସ୍ଥାନରେ I ତାଙ୍କ ପାଖରେ ଅଛି ୬୩ କୋଟିରୁ […]
ଭୁବନେଶ୍ୱର : ଦେଶର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକା ପ୍ରକାଶ ପାଇଛି । ନିକଟରେ ଏଡିଆର୍ ରିପୋର୍ଟରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସଂପତ୍ତି ଆକଳନ କରାଯାଇଛି । ଏଡିଆର ରିପୋର୍ଟ ଆଧାରରେ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାର ପ୍ରଥମ ସ୍ଥାନରେ ରହିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ । ଜଗନମୋହନଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୫୧୦ କୋଟିରୁ ଅଧିକ ଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରହିଛନ୍ତି ତୃତୀୟ ସ୍ଥାନରେ I ତାଙ୍କ ପାଖରେ ଅଛି ୬୩ କୋଟିରୁ ଅଧିକ ଟଙ୍କାର ସଂପତି । ଏହା ସହ ୧୬୩ କୋଟିରୁ ଅଧିକ ଟଙ୍କାର ସଂପତି ସହ ତାଲିକାର ଦ୍ୱିତୀୟ ସ୍ଥାନରେ ଅଛନ୍ତି ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ । ଚତୁର୍ଥ ସ୍ଥାନରେ ନାଗାଲ୍ୟାଣ୍ଡ ମୁଖ୍ୟମନ୍ତ୍ରୀ ନିପ୍ୟୁ ରିହୁ ୪୬ କୋଟିରୁ ଅଧିକ ସମ୍ପତ୍ତି ରହିଛି। ସେହିପରି ପଞ୍ଚମ ପଡୁଚେରୀ ମୁଖ୍ୟମନ୍ତ୍ରୀ ଏନ୍ ରଙ୍ଗାସ୍ବାମୀର ୩୮ରୁ ଅଧିକ ସମ୍ପତ୍ତି ରହିଛି।
ସେହିଭଳି ସବୁଠାରୁ କମ୍ ସଂପତି ସହ ତାଲିକାର ଶେଷରେ ଅଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତାଙ୍କ ପାଖରେ ମାତ୍ର ୧୫ ଲକ୍ଷରୁ ଅଧିକ ଟଙ୍କାର ସ୍ଥାବର ଅସ୍ଥାବର ସଂପତି ରହିଛି । କେରଳ ଓ ହରିଆଣା ମୁଖ୍ୟମନ୍ତ୍ରୀଙ୍କ ପାଖରେ ୧ କୋଟି ଟଙ୍କାର ସମ୍ପତି ଥିବା ଏ.ଡି.ଆର୍ ରିପୋର୍ଟରେ ଉଲ୍ଲେଖ ହୋଇଛି ।




