ଜାରି ରହିଛି ଶୀତ ଲହରୀ, ନୂଆବର୍ଷରୁ ଘାଣ୍ଟିବ ଘନ କୁହୁଡି
ଭୁବନେଶ୍ୱର: ବର୍ଷ ଶେଷରେ ରାଜ୍ୟର କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ। ४/୫ ଟି ଜିଲ୍ଲାକୁ ଛାଡିଦେଲେ ଅନ୍ୟ ସମସ୍ତ ଅଞ୍ଚଳରେ ପ୍ରାୟତଃ ପାଗ ଶୁଖିଲା ରହିବ। ସେହିପରି ପଶ୍ଚିମ ଓଡ଼ିଶାରେ କିଛି ଜିଲ୍ଲାରେ ଘନ କୁହୁଡି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଓଡି଼ଶାର ଉତ୍ତର ପଶ୍ଚିମାଞ୍ଚଳର କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡି଼ ଲାଗି ରହିବ। ସେଥିପାଇଁ […]
ଭୁବନେଶ୍ୱର: ବର୍ଷ ଶେଷରେ ରାଜ୍ୟର କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ। ४/୫ ଟି ଜିଲ୍ଲାକୁ ଛାଡିଦେଲେ ଅନ୍ୟ ସମସ୍ତ ଅଞ୍ଚଳରେ ପ୍ରାୟତଃ ପାଗ ଶୁଖିଲା ରହିବ। ସେହିପରି ପଶ୍ଚିମ ଓଡ଼ିଶାରେ କିଛି ଜିଲ୍ଲାରେ ଘନ କୁହୁଡି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଓଡି଼ଶାର ଉତ୍ତର ପଶ୍ଚିମାଞ୍ଚଳର କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ।
ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡି଼ ଲାଗି ରହିବ। ସେଥିପାଇଁ ଏଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩୧ରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କି ଦୁଇଟି ଜାଗାରେ ମଧ୍ୟମ ଧରଣର କୁହୁଡି଼ ପଡି଼ବ। କିନ୍ତୁ ଜାନୁଆରୀ ୫ ଯାଏ ସାରା ରାଜ୍ୟର ପାଗ ଶୁଖିଲା ରହିବ।
ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ମୁତାବକ, ଗତ ୨୬ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ଭୟ ଓଡି଼ଶାକୁ ନାହିଁ। ଜାନୁଆରୀ ୩ରେ ମଧ୍ୟ ଏକ ଚାପ ସୃଷ୍ଟି ହେବ। ଏହି ଚାପର ପ୍ରଭାବ ମଧ୍ୟ ଓଡି଼ଶାରେ ପଡି଼ବନି। ଗତ ୩ ଦିନ ଧରି ରାଜ୍ୟରେ ଟୋପାଟିଏ ବର୍ଷା ହୋଇନି। ଖାଲି ଯାହା, ଅଳ୍ପ ମାତ୍ରାରେ ଶୀତ ବଢ଼ିଛି।




