ବଦଳିବ ପାଗ: ୧୫ରୁ କମିବ ତାପମାତ୍ରା, ବଢିବ ଶୀତ

ଭୁବନେଶ୍ୱର: ୧୫ ତାରିଖରୁ ରାଜ୍ୟରେ ବଢିବ ଶୀତ। ୨ରୁ ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ କମିବ ତାପମାତ୍ରା। ୧୫ରୁ କମିବ ତାପମାତ୍ରା। ଏହାପରେ ବଢିବ ଶୀତ। ଶୀତ ଆସିବାରେ ଯଥେଷ୍ଟ ବିଳମ୍ୱ ହୋଇଥିବାବେଳେ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝରରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆସନ୍ତାକାଲି […]

Samaya Live Picture
Published On

ଭୁବନେଶ୍ୱର: ୧୫ ତାରିଖରୁ ରାଜ୍ୟରେ ବଢିବ ଶୀତ। ୨ରୁ ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ କମିବ ତାପମାତ୍ରା। ୧୫ରୁ କମିବ ତାପମାତ୍ରା। ଏହାପରେ ବଢିବ ଶୀତ। ଶୀତ ଆସିବାରେ ଯଥେଷ୍ଟ ବିଳମ୍ୱ ହୋଇଥିବାବେଳେ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝରରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆସନ୍ତାକାଲି ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ୧୩ ତାରିଖରୁ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଦ୍ବାରା ଜାରି ବୁଲେଟିନରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ସମେତ ଉପକୂଳ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

Tags: