ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ,ଉତ୍କଳମଣିଙ୍କ ପ୍ରତିମୂର୍ତୀରେ କଲେ ମାଲ୍ୟାର୍ପଣ

ସତ୍ୟବାଦୀ : ଆଜି ସକାଳେ ଶ୍ରୀଜୀଉଙ୍କ ଦର୍ଶନ ପରେ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଗାଁ ସୁଆଣ୍ଡୋ ଭୁଲିଛନ୍ତି ମୁଖ୍ୟମନ୍ତ୍ରୀ । ସୁଆଣ୍ଡୋ ଷଠୀଘର ପରିଦର୍ଶନ କରିବା ସହ ଗୋପବନ୍ଧୁଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। […]

Samaya Live Picture
Published On

ସତ୍ୟବାଦୀ : ଆଜି ସକାଳେ ଶ୍ରୀଜୀଉଙ୍କ ଦର୍ଶନ ପରେ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଗାଁ ସୁଆଣ୍ଡୋ ଭୁଲିଛନ୍ତି ମୁଖ୍ୟମନ୍ତ୍ରୀ । ସୁଆଣ୍ଡୋ ଷଠୀଘର ପରିଦର୍ଶନ କରିବା ସହ ଗୋପବନ୍ଧୁଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ। ୫ ବର୍ଷ ଭିତରେ ୫୦ ବର୍ଷର ବଳକା କାମ ପୂରଣ କରିବୁ । ଏ ସରକାର ଗରିବଙ୍କ ସରକାର,ଗରିବ ହିସାବରେ ଆସିଛୁ I

Tags: