ମଇ ୫ ଯାଏଁ କମିବ ତାତି ,୧୪ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଓଡ଼ିଶାବାସୀଙ୍କୁ ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ବଢ଼ିବନି ଦିନର ତାପମାତ୍ରା । ବଙ୍ଗୋପ ସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି I ଏହାସହ କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା […]
ଭୁବନେଶ୍ୱର : ଓଡ଼ିଶାବାସୀଙ୍କୁ ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ବଢ଼ିବନି ଦିନର ତାପମାତ୍ରା । ବଙ୍ଗୋପ ସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି I ଏହାସହ କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି।
ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବାରମ୍ବାର କାଳବୈଶାଖୀ ହେବାର ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବର୍ଷା ସହିତ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଏପ୍ରିଲ ୨୭ ରୁ ୩୦ ତାରିଖ ପର୍ଯ୍ୟନ୍ତ ୪ ଦିନ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇ ୩୮ ଡିଗ୍ରୀ ସେଲସିୟସ୍ ହେବାର ସମ୍ଭାବନା ଥିବା ବେଳେ ଅନ୍ୟ ଦିନଗୁଡ଼ିକରେ ଦିନର ତାପମାତ୍ରା ୩୫ କିମ୍ବା ୩୬ ଡିଗ୍ରୀ ରହିବ ବୋଲି ଆକଳନ କରାଯାଇଛି । ଆଜି ମଧ୍ୟ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ରହିବ। ବର୍ଷା ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହେବ।
ପଶ୍ଚିମ ଦିଗରୁ ଅପରଏୟାର ଟ୍ରଫ୍ ଏବଂ ବଙ୍ଗୋପ ସାଗର ଆଡୁ ପବନରେ ଆର୍ଦ୍ରତାର ପରିମାଣ ବୃଦ୍ଧି ପାଇବା ଯୋଗୁଁ ମେ ୧ ତାରିଖରୁ କାଳବୈଶାଖୀ ଅଧିକ ମାତ୍ରାରେ ହେବାର ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।




