୧୩ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ, ୩୧ ଯାଏଁ ବଢିବ ପଶ୍ଚିମା ଝଡ଼
ଭୁବନେଶ୍ୱର : ରାଜ୍ୟରେ ଲାଗିରହିଛି ପଶ୍ଚିମା ଝଡ଼ର ପ୍ରଭାବ I ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗିରହିବ ଝଡ଼ ବର୍ଷା I ଏଥିସହ ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ଝଡ଼ ପବନ ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୂଚନାନୁସାରେ ପଶ୍ଚିମା-ଝଡ଼ ପ୍ରଭାବରେ ଆଜି ଏବଂ ଆସନ୍ତା କଲି ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ଝଡ଼ […]
ଭୁବନେଶ୍ୱର : ରାଜ୍ୟରେ ଲାଗିରହିଛି ପଶ୍ଚିମା ଝଡ଼ର ପ୍ରଭାବ I ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗିରହିବ ଝଡ଼ ବର୍ଷା I ଏଥିସହ ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ଝଡ଼ ପବନ ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସୂଚନାନୁସାରେ ପଶ୍ଚିମା-ଝଡ଼ ପ୍ରଭାବରେ ଆଜି ଏବଂ ଆସନ୍ତା କଲି ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ଝଡ଼ ପବନ ସମ୍ଭାବନା ରହିଛି। ଭୂମଧ୍ୟ ସାଗରୀୟ ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ଝଡ଼ବର୍ଷା ଲାଗି ରହିବ । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁିଳ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲ୍ଲୋ ଆଲର୍ଟ ଜାରି କରାଯାଇଛି। ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରହିବାକୁ କୁହାଯାଇଛି।




