ଭୁବନେଶ୍ୱର: ମାର୍ଚ୍ଚ ୧୬: ଘୂର୍ଣ୍ଣିବଳୟ ପ୍ରଭାବରେ ବିଷୁବରେଖା ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗର ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ି ନପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାଛଡ଼ା ଏହି ଲଘୁଚାପ କ୍ଷେତ୍ର ବାତ୍ୟାରେ ପରିଣତ ହେବ କି ନାହିଁ ସେନେଇ ମଧ୍ୟ ପାଣିପାଗ ବିଭାଗ ଆକଳନ କରି ନାହିଁ। ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ପୂର୍ବ ରେକର୍ଡ ଅନୁୟାୟୀ ମାର୍ଚ୍ଚ ମାସରେ ସୃଷ୍ଟି ହେଉଥିବା ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିନଥାଏ। ତେବେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ହୋଇଥିବା ପୂର୍ବାନୁମାନ ଅନୁଯାୟୀ ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ ବୋଲି ପାଣିପାଗ ବିଭାଗ କହିଛି।

Comments are closed.