ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟା ମଧ୍ୟରେ ପାଗ ଅଧିକ ଦୁର୍ବଳ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି ।

ଆସନ୍ତାକାଲି ପର୍ଯ୍ୟନ୍ତ ଏହାର ପ୍ରଭାବ ରାଜ୍ୟରେ ଦେଖାଯିବ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ଏନେଇ ସୂଚନା ଦେଇଛି । ପାଣିପାଗ ଆହୁରି ମଧ୍ୟ ସୂଚନା ଦେଇଛି ଯେ, ଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି । ଏହା ଗଞ୍ଜାମ ଜିଲ୍ଲାର ଗୋପାଳପୁରଠାରୁ ଉତ୍ତର ପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ହୋଇ ସକ୍ରିୟ ରହିଛି । ଏଣୁ ଆସନ୍ତା ୧୨ ଘଣ୍ଟାରେ ଏହା ଧିରେ ଧିରେ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଦକ୍ଷିଣ ଛତିଶଗଡ଼ ଉପରେ ଦୁର୍ବଳ ହେବ ।

ସେହିପରି ଆଜି ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, କନ୍ଧମାଳ, ସୋନପୁର, ବୌଦ୍ଧ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Govt

Comments are closed.