ବରଗଡ଼: ପଦ୍ମପୁର ଉପନିର୍ବାଚନ ପାଇଁ ଠିଆ ହୋଇଥିବା ୧୩ ଜଣ ପ୍ରାର୍ଥୀଙ୍କର ଆଜି ନାମାଙ୍କନ ଯାଞ୍ଚ ହେବ । କେତେ ଜଣଙ୍କ ପ୍ରାର୍ଥିପତ୍ର ବୌଧ ଓ କେତେ ଜଣଙ୍କର ନାମ ହଟାଯିବ , ସେ ନେଇ ଆଜି ଯାଞ୍ଚ କରାଯିବ । ଯାଞ୍ଚ ପରେ ମଇଦାନରେ କେତେଜଣ ପ୍ରାର୍ଥୀ ରହିଲେ, ତାହା ସ୍ପଷ୍ଟ ହୋଇଯିବ ।
ସୂଚନା ଥାଉଯେ, ଗତକାଲି ସ୍ୱାଧୀନ ପ୍ରାର୍ଥୀ ଜୟନ୍ତ ଥପାଙ୍କଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଏହାପରେ ବିଜେଡି ପ୍ରାର୍ଥିନୀ ବର୍ଷାରାଣୀ ସିଂ ବରିହା, କଂଗ୍ରେସ ଦଳରୁ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଓଜିପି ତରଫରୁ ମୁକ୍ତେଶ୍ୱର ଦାଶ, ଅଖିଳ ଭାରତ ହିନ୍ଦୁ ମହାସଭା ତରଫରୁ ବିଦ୍ୟାଧର ପାଣ୍ଡବଙ୍କ ସହିତ ଶେଷଦେବ ସାହୁ, ବୃନ୍ଦାବନ ପୁରୋହିତ, ରେବତୀ ଗିରି, ଉଦିତ ବଣ୍ଡିଆ, ଦେବାର୍ଚ୍ଚନ ନାଏକ, ଗଙ୍ଗାଧର ସାହା, ଦେବବ୍ରତ ସୁନାନୀ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନପତ୍ର ଦାଖଲ କରିଥିଲେଛ ତିନି ପ୍ରମୁଖ ଦଳ ବିଜେଡି, ବିଜେପି, କଂଗ୍ରେସ ବ୍ୟତିରେକ ଓଡ଼ିଶା ଜନତା ପାର୍ଟି ଏବଂ ୯ ଜଣ ସ୍ୱାଧୀନ ପ୍ରାର୍ଥୀଙ୍କୁ ମିଶାଇ ମୋଟ୍ ୧୩ ଜଣ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ ।

Comments are closed.